Posted inଜାତୀୟ

ଚର୍ଚ୍ଚିତ ‘ଡିଏମକେ ଫାଇଲ୍ସ’ ଯାହାକୁ ନେଇ ତାମିଲନାଡୁ ରାଜନୀତିରେ ହୋଇଥିଲା ହଙ୍ଗାମା…ଅର୍ଥମନ୍ତ୍ରୀରୁ ବିଦା ହେଲେ ଜଣେ ଶକ୍ତିଶାଳୀ ନେତା

ଚେନ୍ନାଇ,୧୨।୫:‘ଡିଏମକେ ଫାଇଲ୍ସ’କୁ ନେଇ ତାମିଲନାଡୁ ରାଜନୀତି ସରଗରମ ରହିଛି। କଂଗ୍ରେସ ଫାଇଲ୍ସ, କେରଲା ଷ୍ଟୋରି ପରି ଭାଜପା ଏହିଭଳି ପ୍ରୋପଗଣ୍ଡା ଫିଲ୍ମକୁ ରିଲିଜ୍‌ କରି ବିରୋଧୀଙ୍କୁ ଟାର୍ଗେଟ କରିବାରେ ଲାଗିଛି। ସେହିପରି ଭାଜପା ଦ୍ୱାରା ପ୍ରଦର୍ଶିତ ଏହି ଫିଲ୍ମ ତାମିଲନାଡୁର ଡିଏମକେ ସରକାରଙ୍କ ଭ୍ରଷ୍ଟାଚାରକୁ ନେଇ କରାଯାଇଛି। ଯାହାଦ୍ୱାରା ତାମିଲନାଡୁ ସରକାରରେ ଜଣେ ଶକ୍ତିଶାଳୀ ମନ୍ତ୍ରୀଙ୍କ ହାତରୁ ଏକ ଗୁରୁତ୍ୱପୂର୍ଣ୍ଣ ବିଭାଗ ଛଡ଼ାଇ ନିଆଯାଇଥିବା ଆକଳନ କରାଯାଉଛି। ସେ ହେଉଛନ୍ତି ତାମିଲନାଡୁ ଅର୍ଥ ବିଭାଗ ମନ୍ତ୍ରୀ ପି.ଟି.ଆର୍‌ ପଲାନିଭେଲ ତ୍ୟାଗରାଜନ। ତାଙ୍କ ସ୍ଥାନରେ ଥଙ୍ଗମ ଥେନାରାସୁଙ୍କୁ ଏହି ପଦବୀ ଦିଆଯାଇଛି।

ଷ୍ଟାଲିନଙ୍କ ନେତୃତ୍ୱାଧୀନ ଡିଏମକେ ସରକାର ଗୁରୁବାର କ୍ୟାବିନେଟ୍‌ ପୁନଃଗଠନ କରିବା ବେଳେ ପିଟିଆରଙ୍କ ଠାରୁ ଅର୍ଥ ବିଭାଗକୁ ଫେରାଇ ନିଆଗଲା। ୨୦୨୧ରେ ଡିଏମକେ ସରକାର ଗଠନ ହେବା ପରଠାରୁ ପିଟିଆର ରାଜ୍ୟର ଅର୍ଥମନ୍ତ୍ରୀ ଥିଲେ।

ସୂଚନାଯୋଗ୍ୟ, ତାମଲନାଡୁର ଭାଜପା ମୁଖ୍ୟ କେ.ଅନ୍ନାମଲାଇ ଡିଏମକେ ଫାଇଲ୍ସକୁ ରିଲିଜ କରିି ତାମିଲନାଡୁ ସରକାର ଏବଂ ମୁଖ୍ୟମନ୍ତ୍ରୀ ଷ୍ଟାଲିନଙ୍କ ପରିବାର ନାଁରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ଅନ୍ନାମଲାଇ ଦାବି କରିଛନ୍ତି ଯେ, ଡିଏମକେ ଫାଇଲ୍ସରେ ଯେଉଁ ଟେପ୍‌ ରିଲିଜ୍‌ ହୋଇଛି ସେଥିରେ ପିଟିଆର୍‌ଙ୍କ ଭଏସ୍‌ ଅଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri