ଦୋଷୀଙ୍କୁ ୨୫ବର୍ଷ ଦଣ୍ଡାଦେଶ

କଟକ ଅଫିସ,୧୧।୫: କଟକ ମଙ୍ଗଳାବାଗ ଥାନା ଅଧୀନ ଫ୍ରେଣ୍ଡ୍‌ସ କଲୋନୀ ଅଞ୍ଚଳରେ ରହୁଥିବା ଜଣେ ୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିବା ମାମଲାରେ ଅଭିଯୁକ୍ତଙ୍କୁ ୨୫ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ। ଏଥିସହ ଅଭିଯୁକ୍ତଙ୍କୁ ୧୦ହଜାର ଟଙ୍କା ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। କ୍ଷତିପୂରଣ ବାବଦକୁ ପୀଡ଼ିତା ଶିଶୁକନ୍ୟାଙ୍କୁ ସିଆର୍‌ପିସି ୩୫୭ (ଏ) ଧାରା ଅନୁସାରେ ୫ଲକ୍ଷ ଟଙ୍କା ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ପତି ଓରଫ ପତିତ ବେହେରା। ତାଙ୍କ ଘର ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳରେ ହୋଇଥିବାବେଳେ ସେ ପୀଡ଼ିତାଙ୍କ ପଡ଼ୋଶୀ ଭାବେ ରୁହନ୍ତି।
ମିଳିଥିବା ସୂଚନା ଅନୁସାରେ ୨୦୧୯ ମେ ୧୯ରେ ପୀଡ଼ିତା ଶିଶୁକନ୍ୟାଙ୍କ ବାପା କାମ କରିବାକୁ ବାହାରକୁ ଯାଇଥିବାବେଳେ ମା’ ଘରେ ଥିଲେ। ପୀଡ଼ିତା ଘର ବାହାରେ ଖେଳୁଥିବାବେଳେ ପଡ଼ୋଶୀ ଅଭିଯୁକ୍ତ ପତିତ ତାଙ୍କୁ ଘରକୁ ଡାକି ନେଇ ବଳାତ୍କାର କରିଥିଲେ। ଝିଅ ଘରକୁ ଫେରିବା ବିଳମ୍ବ ହେବାରୁ ମା’ ଡାକ ପକାଇଥିଲେ। ଏହା ପରେ ଝିଅ କାନ୍ଦି କାନ୍ଦି ଅଭିଯୁକ୍ତଙ୍କ ଘରୁ ବାହାରିଥିଲେ। ଏହା ଦେଖି ମା’ ପଚାରିବାରୁ ଶିଶୁ କନ୍ୟା ସମସ୍ତ କଥା କହିଥିଲେ। ଏନେଇ ପରିବାର ପକ୍ଷରୁ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ପୋଲିସ ଅଭିଯୋଗକୁ ଭିତ୍ତିକରି ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ଶୁଣାଣି ସମୟରେ୧୨ଜଣ ସାକ୍ଷୀଙ୍କ ବୟାନ ଏବଂ ଦସ୍ତାବିଜକୁ ଆଧାର କରି ସ୍ବତନ୍ତ୍ର ଅଦାଲତ ବିଚାରପତି ସୁବାସ କୁମାର ବିହାରୀ ଏହି ରାୟ ଶୁଣାଇଛନ୍ତି। ଏହି ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ ରମେଶ କୁମାର ମହାନ୍ତି ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri