ଦୋଷୀଙ୍କୁ ୨୫ବର୍ଷ ଦଣ୍ଡାଦେଶ

କଟକ ଅଫିସ,୧୧।୫: କଟକ ମଙ୍ଗଳାବାଗ ଥାନା ଅଧୀନ ଫ୍ରେଣ୍ଡ୍‌ସ କଲୋନୀ ଅଞ୍ଚଳରେ ରହୁଥିବା ଜଣେ ୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିବା ମାମଲାରେ ଅଭିଯୁକ୍ତଙ୍କୁ ୨୫ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ। ଏଥିସହ ଅଭିଯୁକ୍ତଙ୍କୁ ୧୦ହଜାର ଟଙ୍କା ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। କ୍ଷତିପୂରଣ ବାବଦକୁ ପୀଡ଼ିତା ଶିଶୁକନ୍ୟାଙ୍କୁ ସିଆର୍‌ପିସି ୩୫୭ (ଏ) ଧାରା ଅନୁସାରେ ୫ଲକ୍ଷ ଟଙ୍କା ପ୍ରଦାନ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ପତି ଓରଫ ପତିତ ବେହେରା। ତାଙ୍କ ଘର ଢେଙ୍କାନାଳ ଜିଲା ଭୁବନ ଥାନା ଅଞ୍ଚଳରେ ହୋଇଥିବାବେଳେ ସେ ପୀଡ଼ିତାଙ୍କ ପଡ଼ୋଶୀ ଭାବେ ରୁହନ୍ତି।
ମିଳିଥିବା ସୂଚନା ଅନୁସାରେ ୨୦୧୯ ମେ ୧୯ରେ ପୀଡ଼ିତା ଶିଶୁକନ୍ୟାଙ୍କ ବାପା କାମ କରିବାକୁ ବାହାରକୁ ଯାଇଥିବାବେଳେ ମା’ ଘରେ ଥିଲେ। ପୀଡ଼ିତା ଘର ବାହାରେ ଖେଳୁଥିବାବେଳେ ପଡ଼ୋଶୀ ଅଭିଯୁକ୍ତ ପତିତ ତାଙ୍କୁ ଘରକୁ ଡାକି ନେଇ ବଳାତ୍କାର କରିଥିଲେ। ଝିଅ ଘରକୁ ଫେରିବା ବିଳମ୍ବ ହେବାରୁ ମା’ ଡାକ ପକାଇଥିଲେ। ଏହା ପରେ ଝିଅ କାନ୍ଦି କାନ୍ଦି ଅଭିଯୁକ୍ତଙ୍କ ଘରୁ ବାହାରିଥିଲେ। ଏହା ଦେଖି ମା’ ପଚାରିବାରୁ ଶିଶୁ କନ୍ୟା ସମସ୍ତ କଥା କହିଥିଲେ। ଏନେଇ ପରିବାର ପକ୍ଷରୁ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ପୋଲିସ ଅଭିଯୋଗକୁ ଭିତ୍ତିକରି ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ମାମଲାର ଶୁଣାଣି ସମୟରେ୧୨ଜଣ ସାକ୍ଷୀଙ୍କ ବୟାନ ଏବଂ ଦସ୍ତାବିଜକୁ ଆଧାର କରି ସ୍ବତନ୍ତ୍ର ଅଦାଲତ ବିଚାରପତି ସୁବାସ କୁମାର ବିହାରୀ ଏହି ରାୟ ଶୁଣାଇଛନ୍ତି। ଏହି ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ ରମେଶ କୁମାର ମହାନ୍ତି ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?