୬ ମାସ ହେବ ଶୀତଳୀକରଣ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ,୯ା୪ (ସୁଧା ବେହୁରା):ଦିନକୁ ଦିନ ଗ୍ରୀଷ୍ଟ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ପାନୀୟ ଜଳ  ସମସ୍ୟା ମଧ୍ୟ ଉତ୍କଟ ହେବାରେ ଲାଗିଛି। ଏଭଳିସ୍ଥିତିରେ ନାଉଗାଁ ବସ୍‌ଷ୍ଟାଣ୍ଡରେ ପାନୀୟ ଜଳ ବିଶୋଧନ ଓ ଶୀତଳୀକରଣ ଯନ୍ତ୍ର ୬ ମାସ ହେବ ଅଚଳ ହୋଇଯାଇଛି। ଏନେଇ ଲୋକେ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଲିମିଟେଡ୍‌ର ଆର୍ଥିକ ସହାୟତାରେ ଏହି ପାନୀୟ ଜଳ ବିଶୋଧନ ଓ ଶୀତଳୀକରଣ ଯନ୍ତ୍ର ବସାଯାଇଥିଲା। ୨୦୨୧ରେ ୮୬ ହଜାର ୭ଶହ ଟଙ୍କା ବ୍ୟୟରେ  ଉକ୍ତ ପାନୀୟ ଜଳ ପ୍ରକଳ୍ପକୁ ତତ୍କାଳୀନ କାଜୁ ନିଗମ ଅଧ୍ୟକ୍ଷ ଅମରେନ୍ଦ୍ର ଦାସ ଉଦ୍‌ଘାଟନ କରିଥିଲେ। ବସ୍‌ରେ ଯିବା ଆସିବା କରୁଥିବା ଯାତ୍ରୀମାନେ ସୁବିଧାରେ ଶୀତଳ ପାନୀୟ ଜଳ ପାଇବା ଉଦ୍ଦେଶ୍ୟରେ ଉକ୍ତ ପାନୀୟ ଜଳ ପ୍ରକଳ୍ପ ବସାଯାଇଥିଲା। କିନ୍ତୁ ରକ୍ଷଣାବେକ୍ଷଣ ଅଭାବରୁ ଉକ୍ତ ପାନୀୟଜଳ ପ୍ରକଳ୍ପଟି ଅଚଳ ହୋଇପଡ଼ିଛି।  ଏବେ ଏହାର  ଚତୁଃପାର୍ଶ୍ୱରେ ଆବଦ୍ଧ କରାଯାଇଥିବା ଲୁହା ଗ୍ରୀଲଗୁଡ଼ିକ କଳଙ୍କି ଲାଗିଗଲାଣି। ପ୍ରକଳ୍ପଟି ଅଚଳ ହୋଇଯାଇଥିବାରୁ ଦୂର ଦୂରାନ୍ତରୁ ଆସୁଥିବା ଯାତ୍ରୀମାନେ ପାନୀୟ ଜଳପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କି ଅଧିକାଂଶ ଯାତ୍ରୀ ଦୋକାନରୁ ପାଣି ବୋତଲ କ୍ରୟ କରି ପାଣି ପିଇଥାନ୍ତି। ଗ୍ରୀଷ୍ମ ପ୍ରବାହ ବୃ୍‌ଦ୍ଧି ପାଉଥିବାରୁ ଉକ୍ତ ପାନୀୟ ଜଳ ପ୍ରକଳ୍ପକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଯାତ୍ରୀମାନେ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ବିଷୟରେ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗର ଯନ୍ତ୍ରୀ ରଶ୍ମି ରଞ୍ଜନ ଦାସଙ୍କୁ ପଚାରିବାରେ ଯଥାଶୀଘ୍ର ଉକ୍ତ ପାନୀୟ ଜଳ ପ୍ରକଳ୍ପ ମରାମତି କାର୍ଯ୍ୟ କରାଯିବ ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri