ମୁଁ ମରିଯିବି, ଫାଶୀ ଦେଇଦେବି, ହେଲେ କୋଭିଡ ସେଣ୍ଟରକୁ ଯିବିନି କହି କାମୁଡ଼ି ଦେଲେ କରୋନା ରୋଗୀ

କଟକ ଅଫିସ,୨୮।୪: ଜଣେ ମହିଳା କରୋନା ରୋଗୀଙ୍କ ଏଭଳି ଚିତ୍କାର ମୁଁ ମରିଯିବି, ଫାଶୀ ଦେଇଦେବି, ହେଲେ କୋଭିଡ ସେଣ୍ଟରକୁ ଯିବିନି। କୋଭିଡ ସେଣ୍ଟର ଭିତରକୁ ନ ଯିବାକୁ ପ୍ରାଣପଣେ ଉଦ୍ୟମ କରିଥିବା ଏହି ମହିଳା କରୋନା ରୋଗୀ ଜଣକ ଶେଷରେ ମଉକା ଦେଖି ଚମ୍ପଟ ମାରିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ବାଲିକୁଦା ଅଞ୍ଚଳରେ ।
ସମ୍ପୃକ୍ତ ମହିଳାଙ୍କୁ କୋଭିଡ ସେଣ୍ଟରର କେତେକ କର୍ମଚାରୀ କାବୁ କରିବାକୁ ଚେଷ୍ଟା କଲା ବେଳେ ସେ ଜଣଙ୍କୁ କାମୁଡ଼ି ମଧ୍ୟ ଦେଇଥିଲେ। ତେଣୁ ହାତଗୋଡ଼ ବାନ୍ଧି ତାଙ୍କୁ ସେଣ୍ଟରରେ ରଖାଯାଇଛି।
ସୂଚନାଯୋଗ୍ୟ, ଗତ ଦୁଇଦିନ ତଳେ ଜିଲା ପ୍ରଶାସନ ପକ୍ଷରୁ ବାଲିକୁଦାଠାରେ ନୂତନ କୋଭିଡ କେୟାର ସେଣ୍ଟର ଖୋଲା ଯାଇଥିଲା। ମଙ୍ଗଳବାର ମହିଳାଜଣଙ୍କ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ତାଙ୍କୁ ସେଠାକୁ ଚିକିତ୍ସା ପାଇଁ ଅଣାଯାଇଥିଲା । ତେବେ ଅଚାନକ ଗତକାଲି ରାତିରେ ସେ ସୁରକ୍ଷାକର୍ମୀଙ୍କୁ ଚକମା ଦେଇ ସେଠୁ ଖସି ପଳାଇଥିଲେ। ପରେ ସୁରକ୍ଷାକର୍ମୀ ତାଙ୍କୁ ଖୋଜାଖୋଜି ଆରମ୍ଭ କରିଥିଲେ। ବାଲିକୁଦା ରାସ୍ତାରେ ତାଙ୍କୁ ଧରିବାକୁ ଚେଷ୍ଟା କରାଯାଇଥିଲା। ଏହି ସମୟରେ ସେ କର୍ମଚାରୀଙ୍କୁ କାମୁଡ଼ିବାକୁ ପଛାଇ ନ ଥିଲେ। ପରେ ହାତଗୋଡ଼ ବାନ୍ଧି ତାଙ୍କୁ କୋଭିଡ ସେଣ୍ଟରକୁ ନିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri