ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ଯୋଦ୍ଧା

ପାତ୍ରପୁର,୧୨ା୭(ଡି.ଏନ୍‌.ଏ.)- ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ସଂକ୍ରମିତ ଝିଅ। କୋଭିଡ୍‌ ହସ୍‌ପିଟାଲରୁ ଆସି କେବଳ ଶେଷ ଦର୍ଶନ କଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଖାରିଆଗୁଡା ଗ୍ରାମରେ।
ଉକ୍ତ ଗ୍ରାମରେ କିଛିବର୍ଷ ହେଲା ପରିବାର ସହ ରହୁଥିଲେ କେ. ଲକ୍ଷ୍ମଣମୂର୍ତ୍ତୀ (୫୮)। ତାଙ୍କର ୪ ଝିଅ। ବଡ ମଝିଆ ଝିଅ ଜଣେ ଏଏନ୍‌ଏମ୍‌ ଓ ସେ କିଛିଦିନ ତଳେ କରୋନା ସଂକ୍ରମିତ ଜଣାପଡିବା ପରେ ଶୀତଳାପଲ୍ଲି କୋଭିଡ୍‌ ହସ୍‌ପିଟାଲରେ ଚିକିତ୍ସିତ ହେଉଛନ୍ତି। ଶନିବାର ଏକ ଦୁର୍ଘଟଣାରେ ଲକ୍ଷ୍ମଣ ଆହତ ହୋଇ ବ୍ରହ୍ମପୁର ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ରାତି ପ୍ରାୟ ୨ଟାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଝିଅମାନେ ମେଡିକାଲରେ ପହଞ୍ଚତ୍ଥିଲେ। ବଡ ମଝିଆ ଝିଅ ମଧ୍ୟ କୋଭିଡ୍‌ ହସ୍‌ପିଟାଲରୁ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଆସି ପହଞ୍ଚତ୍ଥିଲେ। ୩ ଭଉଣୀ ବାପାଙ୍କ ମୃତଦେହ ନିକଟରେ କାନ୍ଦୁଥିଲେ ମଧ୍ୟ ସେ ପାଖକୁ ଯାଇ ପାରି ନ ଥିଲେ। ପରେ ମୃତଦେହ ଗ୍ରାମକୁ ଅଣାଯାଇଥିଲା। ଦୁଇଝିଅ, ଜ୍ୱାଇଁ ଓ ସାନ ଭାଇ ଗ୍ରାମବାସୀଙ୍କ ସହଯୋଗରେ ସଂସ୍କାର କରିଥିଲେ। ପରେ ବଡ ମଝିଆ ଝିଅ ପୁଣି କୋଭିଡ୍‌ ହସ୍‌ପିଟାଲକୁ ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri