ସାମାଜିକ ବାସନ୍ଦ ଯୋଗୁ ୧୦ ଘଣ୍ଟା ପଡିରହିଲା ମୃତଦେହ: ଗାଁରେ ଚାପା ଉତ୍ତେଜନା

କେନ୍ଦୁଝର,୨।୩ (ସ୍ବ.ପ୍ର.): ସାମାଜିକ ବାସନ୍ଦ କାରଣରୁ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଦୀର୍ଘ ପ୍ରାୟ ୧୦ ଘଣ୍ଟା ଧରି ସତ୍କାର ହୋଇ ନ ପାରି ଅଟକି ରହିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କେନ୍ଦୁଝର ଜିଲା ସ୍ଥାନୀୟ ଧୋବାଡ଼ିହା ସାହିରେ ପୋଲିସ ଓ ମାଜିଷ୍ଟ୍ରେଟ ଉପସ୍ଥିତରେ ସାମୟିକ ଭାବେ ସମସ୍ୟାର ସମାଧାନ ହେବାପରେ ଅନ୍ତ୍ୟେଷ୍ଟି କ୍ରିୟା ଶେଷ ହୋଇଥିଲେ ହେଁ ଏହାକୁ ନେଇ ସାହିରେ ଚାପା ଉତେଜନା ଲାଗିରହିଛି। ମୃତକଙ୍କ ନାଁ ଯଦୁମଣି ବୋଲି ଜଣାପଡିଛି। ବାସନ୍ଦର ସଠିକ କାରଣ ଜଣା ପଡି ନ ଥିଲେ ହେଁ ଆଧୁନିକ ଯୁଗରେ ଏଭଳି ଘଟଣା ଜିଲା ମୁଖ୍ୟାଳୟରେ ଘଟିବା ଆଲୋଚନାର ବିଷୟ ହୋଇଛି। ତେବେ ରାଜନୀତି ଏବଂ ଜମିଜମା ପ୍ରସଙ୍ଗକୁ ନେଇ ସାହିଲୋକ ଦୀର୍ଘ ବର୍ଷ ହେଲେ ମୃତ ଯଦୁମଣୀ ଓ ତାଙ୍କ ପରିବାରକୁ ସାହିରୁ ବାସନ୍ଦ କରାଯାଇଥିଲା। ସୋମବାର ଯଦୁମଣୀଙ୍କ ମୃତ୍ୟୁ ଘଟିବା ପରେ ତାଙ୍କ ଅନ୍ତିମ ସତ୍କାର ପାଇଁ ପଡୋଶୀମାନେ ମୃତଦେହକୁ ଛାଡୁ ନ ଥିବା ଭଳି ଅମାନୁଷିକ ଘଟଣା ଦେଖିବାକୁ ମିଳିଥିଲା। ଖବର ପାଇ ଟାଉନ ଥାନା ଅଧିକାରୀ ଓ ସ୍ଥାନୀୟ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ। ଏହାପରେ ଅନ୍ତିମ ସତ୍କାର ପାଇଁ ମୃତଦେହକୁ ସାହି ଲୋକ ଛାଡିଥିଲେ। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଅନ୍ତିମ ସତ୍କାର ପାଇଁ ନେଇଥିବା ଦେଖିବାକୁ ମିଳିଛି। ଏନେଇ ତହସିଲଦାର ଆଶୀଷ ମହାପାତ୍ର କହିଛନ୍ତି ଯେ ସାମୟିକ ଭାବେ ଘଟଣାର ସମାଧାନ ହୋଇ ଅନ୍ତିମ ସତ୍କାର ସରିଛି। ଘଟଣା ଉପରେ ନଜର ରଖୁଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?