୩୬ ଘଣ୍ଟା ପଡ଼ିରହିଲା ମୃତଦେହ

ଛେଣ୍ଡିପଦା,୮।୧୧(ଅଜିତ ଧଳ): ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ହେଲେ ଦୁର୍ଘଟଣାସ୍ଥଳ କେଉଁ ଥାନା ଅଧୀନରେ ଆସୁଛି ତାହା ପୋଲିସ ଜାଣି ନ ପାରିବାରୁ ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରି ୩୬ ଘଣ୍ଟା କାଳ ପଡ଼ିରହିଥିଲା। ଶେଷରେ ରାଜସ୍ବ ନିରୀକ୍ଷକଙ୍କ ସହାୟତାରେ ଦୁର୍ଘଟଣାସ୍ଥଳ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଧୀନରେ ଆସୁଥିବା ଜଣାପଡ଼ିବା ପରେ ଛେଣ୍ଡିପଦା ପୋଲିସ ମଙ୍ଗଳବାର ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରଛି।
ପ୍ରକାଶ ଯେ, ଅନୁଗୋଳ ଜିଲାର କୋଶଳା-ଗୋପାଳପ୍ରସାଦ ପୂର୍ତ୍ତ ବିଭାଗ ରାସ୍ତାରେ ରବିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଛେଣ୍ଡିପଦା ଥାନା କୁକୁରପେଟା ଗ୍ରାମର ପ୍ରଭାକର ମାଝି ଓ ଅଚ୍ୟୁତ ବେହେରା ତାଳଚେରରୁ କାମ ସାରି ଗାଁକୁ ଫେରୁଥିବା ବେଳେ ପଥରନାଳର ମଧ୍ୟସ୍ଥଳରେ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଉଭୟଙ୍କୁ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ପ୍ରଭାକରଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେଠାରୁ ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ଅନୁଗୋଳ ଟାଉନ ଥାନାକୁ ଅବଗତ କରାଯାଇଥିଲା। ଟାଉନ ଥାନା ପୋଲିସ ଦୁର୍ଘଟଣାସ୍ଥଳ ଛେଣ୍ଡିପଦା ଥାନା ଅଞ୍ଚଳରେ ହୋଇଥିବା କହି ଛେଣ୍ଡିପଦା ପୋଲିସକୁ ମୃତଦେହ ବ୍ୟବଚ୍ଛେଦ ବ୍ୟବସ୍ଥା ପାଇଁ ଜଣାଇଥିଲେ। ହେଲେ ଦୁର୍ଘଟଣା ସ୍ଥାନ ଛେଣ୍ଡିପଦା ଥାନା ଅଧୀନରେ ଆସୁ ନ ଥିବା କହି ଛେଣ୍ଡିପଦା ପୋଲିସ ବ୍ୟବଚ୍ଛେଦ କରାଇବା ପାଇଁ ଯାଇ ନ ଥିଲେ। ମୃତଦେହ ବ୍ୟବଚ୍ଛେଦ ହୋଇପାରୁ ନ ଥିବାରୁ ପରିବାର ଲୋକେ ଚିନ୍ତିତ ହୋଇ ଜିଲା ପୋଲିସ ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ। ପରେ ରାଜସ୍ବ ନିରୀକ୍ଷକଙ୍କ ଦ୍ୱାରା ଦୁର୍ଘଟଣାସ୍ଥଳ ଛେଣ୍ଡିପଦା ଥାନା ଅଞ୍ଚଳରେ ହୋଇଥିବା ଚିହ୍ନଟ କରାଯାଇଥିଲା। ଏହାପରେ ଛେଣ୍ଡିପଦା ପୋଲିସ ଦୀର୍ଘ ୩୬ ଘଣ୍ଟା ପରେ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାରକୁ ହସ୍ତାନ୍ତର କରିଥିଲା। ଏ ନେଇ ଛେଣ୍ଡିପଦା ଥାନାରେ ନଂ. ୪୭୭/୨୩ରେ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ କରାଯାଉଥିବା ସୂଚନା ମିଳିଛି। ଏ ସମ୍ପର୍କରେ ଛେଣ୍ଡିପଦା ଥାନା ଆଇଆଇସି ବିଭୁଦତ୍ତ ରାଉତରାୟ କହିଛନ୍ତି, ଦୁର୍ଘଟଣାସ୍ଥଳ ଛେଣ୍ଡିପଦା, ଗୋପାଳପ୍ରସାଦ ଓ କଣିହାଁ ଥାନା ସୀମାନ୍ତବର୍ତ୍ତୀ ଏକ ଜଙ୍ଗଲିଆ ଅଞ୍ଚଳ। ତେଣୁ ଥାନା ସୀମା ଚିହ୍ନଟ ସହ ଘଟଣାର ତଦନ୍ତ ପାଇଁ ଦୀର୍ଘ ସମୟ ଲାଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri