କୁବେର ଯନ୍ତ୍ରୀଙ୍କ ଦୁର୍ନୀତି ଗୁମର ଖୋଲିବ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କୁ ପୁଣି ଥରେ ରିମାଣ୍ଡରେ ଆଣିଛି ଭିଜିଲାନ୍ସ। ଗତ ୮ ତାରିଖରେ ସେ ପ୍ରଥମେ ରିମାଣ୍ଡରେ ଆସିଥିଲେ। ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ତିନିଦିନ ଧରି ପଚରାଉଚରା କରିବା ସହ ପୁଳା ପୁଳା ଟଙ୍କା, ସୁନା ବିସ୍କୁଟ, ଅଳଙ୍କାର ଆଦି ବାହାର କରିଥିଲେ। ଭୁବନେଶ୍ୱରସ୍ଥିତ କାର୍ତ୍ତିକେଶ୍ୱରଙ୍କ ବାସଗୃହ ସମେତ ଦ୍ୱିତୀୟ ସ୍ତ୍ରୀଙ୍କ ଘର ଓ ଶାଳୀଙ୍କ ଘରୁ ନଗଦ ୩କୋଟି ୪୧ଲକ୍ଷ ୬୬ହଜାର ଟଙ୍କା ଜବତ ହୋଇଥିବାବେଳେ ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ୭ କୋଟି ୪୮ ଲକ୍ଷ ୬୨ ହଜାରକୁ ବୃଦ୍ଧି ପାଇଥିଲା। ଏହା ତାଙ୍କ ଆୟଠାରୁ ୧୧୦୮ ପ୍ରତିଶତ ବୋଲି ଭିଜିଲାନ୍ସ କହିଥିଲା। ତେବେ ସେ ସରକାରୀ ପଦର ଦୁରୁପଯୋଗ କରି ଏସବୁ ବିପୁଳ ସମ୍ପତ୍ତି ଠୁଳ କରିଥିବା ଜଣାପଡିଥିଲା। ଏହି ଦୁର୍ନୀତି ଟଙ୍କାର ପରିମାଣ ବଢ଼ିବା ସମ୍ଭାବନା ଥିବାରୁ କାର୍ତ୍ତିକେଶ୍ୱରଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡରେ ଆଣିବାକୁ ଭିଜିଲାନ୍ସ ଯୋଜନା କରିଥିଲା। ତେଣୁ ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ସରିବା ପରେ ଭିଜିଲାନ୍ସ ଟିମ୍‌ ତାଙ୍କୁ ସୋମବାର ଭୁବନେଶ୍ୱରସ୍ଥିତ ଭିଜିଲାନ୍ସର ସ୍ବତନ୍ତ୍ର କୋର୍ଟରେ ହାଜର କରିବା ସହ ୫ ଦିନିଆ ରିମାଣ୍ଡ ଆବେଦନ କରିଥିଲା। ହେଲେ କୋର୍ଟ ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଥିବାବେଳେ ସୋମବାରଠାରୁ ଏହା ଲାଗୁ ହୋଇଛି। ଏତେ ଟଙ୍କା ସେ କେମିତି ହାତେଇଲେ, ଆଉ କେଉଁଠି ତାଙ୍କର ସମ୍ପତ୍ତି ରହିଛି, ତାହାର ଗୁମର ଖୋଲିବାକୁ ଘନଘନ ଜେରା କରୁଛି ଭିଜିଲାନ୍ସ ଟିମ୍‌।
କାର୍ତ୍ତିକେଶ୍ୱରଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିବା ପରେ ଭିଜିଲାନ୍ସ ପକ୍ଷରୁ ବୁଧବାର ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ସରକାରୀ ବାସଭବନ, କାର୍ଯ୍ୟାଳୟ, ଖଲ୍ଲିକୋଟ ଓ ଭୁବନେଶ୍ୱର ଆଦି ୬ ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଖଲ୍ଲିକୋଟ ଲଙ୍ଗଳେଶ୍ୱରସ୍ଥିତ ପୈତୃକ ଘର, ଭୁବନେଶ୍ୱର ଖଣ୍ଡଗିରି କସ୍ମୋପଲିସ୍‌ ରେସିଡେନ୍ସିର ୨ ବିଏଚ୍‌କେ ଫ୍ଲାଟ୍‌, ତୁସ୍ତି ରେସିଡେନ୍ସିରେ ଥିବା ୩ ବିଏଚ୍‌କେ ଫ୍ଲାଟ, ଜାଗମରାସ୍ଥିତ ଦୁଇ ମହଲା ଘର ସମେତ ଗଞ୍ଜାମରେ ୫ଟି ଓ ଭୁବନେଶ୍ୱରରେ ୨ଟି ପ୍ଲଟ୍‌ ଠାବ ହୋଇଥିଲା। ଯାଞ୍ଚରୁ ନଗଦ ୨ ଲକ୍ଷ ୫୦ ହଜାର ୮୮୦ ଟଙ୍କା, ୩୭.୨୩ ଲକ୍ଷ ଟଙ୍କାର ଫିକ୍ସ ଡିପୋଜିଟ୍‌, ବ୍ୟାଙ୍କ ଓ ଇନ୍‌ସ୍ୟୁରାନ୍ସ ଡିପୋଜିଟ୍‌, ଘରେ ଥିବା ୧୭.୯୫ ଲକ୍ଷ ଟଙ୍କାର ସାମଗ୍ରୀ, ଗୋଟିଏ ୧୪ ଲକ୍ଷ ଟଙ୍କାର ଚାରି ଚକିଆ ଯାନ, ୨ଟି ବାଇକ୍‌ ଓ ୫.୭୨ ଲକ୍ଷ ଟଙ୍କାର ସୁନା ଓ ରୁପା ଅଳଙ୍କାର ଆଦି ମିଳିଛି। ଠାବ ହୋଇଥିବା ସମ୍ପତ୍ତିର ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଭିଜିଲାନ୍ସ କାର୍ତ୍ତିକେଶ୍ୱରଙ୍କୁ ଶୁକ୍ରବାର ଗିରଫ କରିଥିଲା। ପରେ ତାଙ୍କ ଦ୍ୱିତୀୟ ସ୍ତ୍ରୀ କଳ୍ପନା ପ୍ରଧାନଙ୍କ ଭୁବନେଶ୍ୱର ଆଇଗିଣିଆଠାରେ ଥିବା ଟାଟା ଆରିଆନାସ୍ଥିତ ଘରୁ ନଗଦ ୨ କୋଟି ୨୯ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍, ୫୮୦ ଗ୍ରାମର ୨୦ଟି ସୁନା ବିସ୍କୁଟ୍‌ ଜବତ କରିଥିବାବେଳେ ସାଲିଆ ସାହିରେ ରହୁଥିବା କାର୍ତ୍ତିକେଶ୍ୱରଙ୍କ ଶାଳୀ ତଥା କଳ୍ପନାଙ୍କ ଭଉଣୀ ରହୁଥିବା ଝୁମ୍ପୁଡି ଘରୁ ନଗଦ ୧ କୋଟି ୪୧ ଲକ୍ଷ ୬୨ ହଜାର ୪୦୦ ଟଙ୍କା ଓ ୩୬୦ ଗ୍ରାମ ସୁନା ସହ ୧୦୦୪ ଗ୍ରାମ ରୁପା ମଧ୍ୟ ଜବତ କରି ତାଙ୍କୁ ମଧ୍ୟ ଗିରଫ କରିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?