ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମହଙ୍ଗା ଭତ୍ତା ୧୬୫.୪%

ଭୁବନେଶ୍ୱର: ଦେଶର ଶିଳ୍ପ ଶ୍ରମିକଙ୍କ ଲାଗି ଉଦ୍ଦିଷ୍ଟ ହାରାହାରି ଖାଉଟି ମୂଲ୍ୟସୂଚୀ ଜୁଲାଇ ମାସରେ ୩୩୬ ପଏଣ୍ଟ ଥିଲା। ଏହା ୨ ପଏଣ୍ଟ ବଢ଼ି ଅଗଷ୍ଟରେ ୩୩୮ ପଏଣ୍ଟ ଛୁଇଁଛି। ତାଳଚେର ଏବଂ ଅନୁଗୋଳରେ ଏହା ୩୬୨ ପଏଣ୍ଟ ଥିଲା। ଏଥିରେ ୩ ପଏଣ୍ଟ ବୃଦ୍ଧି ପାଇ ୩୬୫ ପଏଣ୍ଟ ହୋଇଛି। ରାଉରକେଲାରେ ଏହା ୩୩୧ ପଏଣ୍ଟ ଥିବା ବେଳେ ଏଥିରେ ୧ ପଏଣ୍ଟ ବୃଦ୍ଧି ପାଇ ୩୩୨ ପଏଣ୍ଟ ରହିିଛି। ରାଷ୍ଟ୍ରାୟତ୍ତ ଉଦ୍ୟୋଗ କର୍ମଚାରୀମାନେ ୧୫୯.୯% ମହଙ୍ଗା ଭତ୍ତା ପାଉଛନ୍ତି। ଏଥିରେ ୫.୫% ବୃଦ୍ଧି ପାଇ ୧୬୫.୪% ହୋଇଛି। ଏହି ଡିଏ ସେମାନେ ଚଳିତ ବର୍ଷ ଅକ୍ଟୋବର ପହିଲାରୁ ପାଇବେ। ବର୍ତ୍ତମାନ ବ୍ୟାଙ୍କ କର୍ମଚାରୀମାନେ ୭୭.୫% ମହଙ୍ଗା ଭତ୍ତା ପାଉଛନ୍ତି। ସଂଶୋଧିତ ହାରରେ ସେମାନେ ନଭେମ୍ବର ପହିଲାରୁ ୨୩.୫୯% ଭତ୍ତା ପାଇବେ। ସେହିଭଳି ବୀମା କର୍ମଚାରୀମାନେ ବର୍ତ୍ତମାନ ୭୦.୮% ମହଙ୍ଗା ଭତ୍ତା ଲାଭ କରୁଛନ୍ତି। ସେମାନଙ୍କର ମଧ୍ୟ ଡିଏରେ ୪% ବୃଦ୍ଧି ଘଟି ୭୪.୮% ହୋଇଛି। ଏହି ବର୍ଦ୍ଧିତ ଡିଏ ସେମାନେ ନଭେମ୍ବର ପହିଲାରୁ ପାଇବେ। ଅଧିକାଂଶ ସରକାରୀ କର୍ମଚାରୀମାନେ ବର୍ତ୍ତମାନ ୧୭% ମହଙ୍ଗା ଭତ୍ତା ପାଉଛନ୍ତି। ସେମାନଙ୍କର ୧୦% ଭତ୍ତା ବୃଦ୍ଧି ହୋଇ ୨୭% ହୋଇଛି। ବର୍ଦ୍ଧିତ ଡିଏ ମଧ୍ୟରୁ ୪% ପିଛିଲା ଭାବେ ଚଳିତ ବର୍ଷ ଜାନୁୟାରୀ ଏବଂ ଅବଶିଷ୍ଟ ୩% ଜୁଲାଇ ପହିଲାରୁ ଏବଂ ଆଉ ଅବଶିଷ୍ଟ ୩%, ୨୦୨୧ ଜାନୁୟାରୀ ପହିଲାରୁ କର୍ମଚାରୀମାନେ ପାଇବେ। ରିଜର୍ଭ ବ୍ୟାଙ୍କର ପ୍ରାୟ ୩ ହଜାର ଅବସରପ୍ରାପ୍ତ ଅଧିକାରୀ ଏବଂ କର୍ମଚାରୀ ବର୍ତ୍ତମାନ ପେନ୍‌ସନ ପାଉନାହାନ୍ତି। ସେମାନେ ଚଳିତ ବର୍ଷ ସେପ୍ଟେମ୍ବର ୨୨ରୁ ଦରଖାସ୍ତ ଦେବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri