ସ୍ବାୟତ୍ତ ଶାସନ ଦିବସକୁ ବର୍ଜନ କଲେ କାଉନସିଲର

କେନ୍ଦୁଝର,୩୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌରପାଳିକାର ମନମୁଖୀ କାର୍ଯ୍ୟ ପ୍ରତିବାଦରେ ସ୍ବାୟତ୍ତ ଶାସନ ଦିବସକୁ ବର୍ଜନ କଲେ ୧୬ ନମ୍ବର ଓ୍ବାର୍ଡର କାଉନସିଲର ସବିତା ପଟ୍ଟନାୟକ। ଜୁଲାଇରୁ ଅବଧି ସରିଥିଲେ ହେଁ ବିନା ଆଲୋଚନାରେ ପୂର୍ବ ଠିକାସଂସ୍ଥାଙ୍କୁ ସଫେଇ କାମ ଦିଆଯାଇଥିବା ଏବଂ ନିୟମ ଖିଲାପ କରି ବିନା କାଉନସିଲରଙ୍କ ଦସ୍ତଖତରେ ବେଆଇନ ଭାବରେ ଅଗଷ୍ଟ ୨୦୨୨ରୁ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ବିଲ୍‌ ପୈଠ ହୋଇଥିବା ଅଭିଯୋଗ କରି ଏହାର ପ୍ରତିବାଦରେ ଦିବସ ପାଳନକୁ ବର୍ଜନ କରିଥିବା କହିଛନ୍ତି। ଫଳରେ ଏଭଳି ବର୍ଜନ ପୌରପାଳିକାରେ ଚାଲିଥିବା ବେଆଇନ କାମକୁ ଉଜାଗର କରିଥିବା ବେଳେ ବ୍ୟୟବହୁଳ ଦିବସ ପାଳନକୁ ଶକ୍ତ ଧକ୍କା ଲାଗିଛି। ପୌରପାଳିକାରେ ଗତ ୫ ବର୍ଷ ମଧ୍ୟରେ ହୋଇଥିବା ସମସ୍ତ କାର୍ଯ୍ୟର ଭିଜିଲାନ୍ସ ତଥା ବିଭାଗୀୟ ତଦନ୍ତ ହେଲେ ବହୁ ଦୁର୍ନୀତି ପଦାକୁ ଆସିବା ସହ ଅନିୟମତତା ପଦାକୁ ଆସିବ ବୋଲି ବହୁ ପୂର୍ବତନ କାଉନସିଲର ଓ ବର୍ତ୍ତମାନର କାଉନସିଲର ଦାବି କରିଛନ୍ତି। ଜିଲା ପ୍ରଶାସନ ଏନେଇ ଚୁପ ରହୁଥିବାରୁ ପ୍ରଶାସନିକ ଅଧିକାରୀଙ୍କ ଭୂମିକାକୁ ସନ୍ଦେହ ବ୍ୟକ୍ତ କରି ତଦନ୍ତ କରିବାକୁ ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri