ଭିକ ମାଗି ଚଳୁଛନ୍ତି କାଉନସିଲର

ସୋର, ୧୦ା୧୦(ଜନ୍ମେଜୟ ମିଶ୍ର):ବାଲେଶ୍ୱର ଜିଲା ସୋର ପୌରପାଳିକା ଅଧୀନ ୭ ନମ୍ବର ୱାର୍ଡର କାଉନସିଲର ଦୁର୍ଗା ସିଂ ଭିକ ମାଗି ପରିବାର ଚଳାଇବା ଘଟଣା ସାଧାରଣରେ ଆଲୋଡନ ସୃଷ୍ଟି କରିଛି। ପ୍ରସବଜନିତ କାରଣରୁ ସେ ଆଉ କାମ କରିବାକୁ ଯାଇପାରୁ ନ ଥିବାରୁ ଏଭଳି ଦୁରବସ୍ଥାରେ ଦିନ କାଟୁଛନ୍ତି। ଏହି ଖବର ପ୍ରଚାରିତ ହେବା ପରେ ସୋମବାର ସୋର ପୌର ପ୍ରଶାସନ ତାଙ୍କ ନିକଟରେ ପହଞ୍ଚି ସହାୟତାର ହାତ ବଢ଼ାଇଛି।
ମଧ୍ୟାହ୍ନରେ ସୋର ପୋରାଧ୍ୟକ୍ଷ ମାଧବ ଧଡ଼ା, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ଲକ୍ଷ୍ମଣ କୁମାର ମୁର୍ମୁଙ୍କ ସମେତ ଅନ୍ୟ ପାରିଷଦ ପହଞ୍ଚି କାଉନସିଲରଙ୍କ ଦୁଃଖ ବୁଝିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପୌର ଉପାଧ୍ୟକ୍ଷା ସସ୍ମିତା ଦାସ, ପାରିଷଦ ରଞ୍ଜନ ଦାସ, ପୂଜା ତରେଇ ପ୍ରମୁଖ ଦୁର୍ଗାଙ୍କ ପାଖରେ ପହଞ୍ଚି ୧ ମାସର ରାଶନ ପ୍ରଦାନ କରିଥିଲେ। ଏଥିସହିତ ପୌରପାଳିକା ଅଧୀନ ମୋବାରକପୁରଠାରେ ଥିବା ଶିଶୁ ଉଦ୍ୟାନ ନିକଟରେ ଅସ୍ଥାୟୀ ଭାବେ ଏକ ଗୃହ ଯୋଗାଇ ଦିଆଯାଇଛି ବୋଲି ପୌରପାଳିକା ତରଫରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri