ବାଲିଗୁଡ଼ାର ଦୁଇଟି ସ୍ଥାନରେ ହେବ ଭୋଟ୍‌ ଗଣତି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାଲିଗୁଡ଼ା,୨ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର ଓଡ଼ିଶାରେ ଆସନ୍ତା ୪ ତାରିଖରେ ଭୋଟ୍‌ ଗଣତି ହେବ। ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗଣତି ଏଜେଣ୍ଟଙ୍କ ସମ୍ପର୍କରେ ତଥ୍ୟ ଓ କାଗଜପତ୍ର ପ୍ରାର୍ଥୀମାନଙ୍କୁ ମଗାଯାଇଛି। ଗଣତି ଦାୟିତ୍ୱରେ ରହିଥିବା ଅଧିକାରୀମାନଙ୍କୁ ସମ୍ପୂର୍ଣ୍ଣ ତାଲିମ ପ୍ରଦାନ କାର୍ଯ୍ୟ ସମାପ୍ତ ହୋଇଛି। ଭୋଟ ଗଣତି କେନ୍ଦ୍ର ମଧ୍ୟକୁ ଯିବାକୁ ଥିବା ପାସ୍‌ଧାରୀ ବ୍ୟକ୍ତି ବିଶେଷଙ୍କୁ କଡ଼ାକଡ଼ି ଯାଞ୍ଚ କରି ଭିତରକୁ ପ୍ରବେଶ କରାଯିବ। ବାଲିଗୁଡ଼ାର ୨ଟି ସ୍ଥାନରେ ଭୋଟ୍‌ ଗଣତି କରାଯିବ ବୋଲି ଉପଖଣ୍ଡ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କନ୍ଧମାଳ ଲୋକ ସଭା କ୍ଷେତ୍ରର ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଏବଂ ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ପରିସରରେ ୪ ତାରିଖ ସକାଳ ୮ ଟାରୁ ଭୋଟ୍‌ ଗଣତି ଆରମ୍ଭ ହେବ ବୋଲି ସୂଚନା ଦିଆଯାଇଛି। ଭୋଟ୍‌ ଗଣତି ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ପ୍ରକାଶ ଯେ, ସମଗ୍ର କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ଅର୍ଥାତ ୨୦ ତାରିଖରେ ମତଦାନ ହୋଇଥିଲା। ମତଦାନ ପରେ ଇଭିଏମ୍‌ଗୁଡିକ ଷ୍ଟଙ୍ଗ୍‌ରୁମ୍‌ରେ ତ୍ରିସ୍ତରୀୟ ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ଷ୍ଟ୍ରଙ୍ଗରୁମ୍‌ ମଧ୍ୟରେ ସିସି ଟିଭି କ୍ୟାମେରା ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?