Posted inଖେଳ

ମୋ ଯୋଗୁ ଦେଶ ବଦ୍‌ନାମ ହୋଇଛି, କ୍ଷମା ମାଗୁଛି: କାହିଁକି ଏମିତି କହିଲେ କ୍ରିକେଟର୍‌

ଇସଲାମାବାଦ୍‌,୮।୭: ପାକିସ୍ତାନୀ କ୍ରିକେଟର ଉମର ଅକମଲ ତାଙ୍କ ପରିବାର, ପ୍ରଶଂସକ ଏବଂ ପାକିସ୍ତାନୀ ଲୋକଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ଅକମଲ କ୍ୟାମେରା ସାମ୍ନାକୁ ଆସି ସ୍ବୀକାର କରିଛନ୍ତି ଯେ, ୨୦୨୦ରେ ସେ ଏକ ଭୁଲ କରିଛନ୍ତି, ଯେଉଁ କାରଣରୁ ତାଙ୍କ କ୍ରିକେଟ କ୍ୟାରିୟର କ୍ଷତିଗ୍ରସ୍ତ ହୋଇଛି। ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲେ। ଭିଡିଓରେ ସେ କହିଥିଲେ ଯେ ତାଙ୍କ ଯୋଗୁ ପୁରା ପାକିସ୍ତାନ ବଦନାମ ହୋଇଛି। ସୂଚନାଯୋଗ୍ୟ, ଉମର ଅକମଲଙ୍କୁ ପିସିବିର ଅନୁଶାସନ କମିଟି ଦ୍ୱାରା ବ୍ୟାନ୍‌ କରାଯାଇଥିଲା। ମ୍ୟାଚ୍‌ ଫିକ୍ସିଂ ଅଭିଯୋଗରେ ଦୁର୍ନୀତି ନିବାରଣ କୋଡ୍‌ର ଦୁଇଟି ପୃଥକ ମାମଲାରେ ଉମର ଅକମଲ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଅକମଲଙ୍କୁ ପ୍ରଥମେ ୩ ବର୍ଷ ପାଇଁ ନିଷେଧ କରାଯାଇଥିଲା କିନ୍ତୁ ଏହା ପରେ ତାଙ୍କର ପ୍ରତିବନ୍ଧକ ୧୮ ମାସକୁ ହ୍ରାସ କରାଯାଇଥିଲ। ଆସନ୍ତା ମାସରେ ଅଗଷ୍ଟରେ ଉମର ଅକମଲଙ୍କ ନିଷେଧାଦେଶ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri