‘ଦେଶକୁ ଲୋଡ଼ା ୪-୫ ବଡ଼ ବ୍ୟାଙ୍କ’

ନୂଆଦିଲ୍ଲୀ,୨୭।୯:  ଭାରତକୁ ୪ରୁ ୫ ବୃହତ୍‌ ବ୍ୟାଙ୍କର ଆବଶ୍ୟକତା ରହିଛି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ ସୁଧାର ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଦିଗରେ ଏହା ଯୋଗଦାନ ରଖିବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର କହିଛନ୍ତି।
ମୁମ୍ବାଇଠାରେ ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନର ୭୪ତମ ବାର୍ଷିକ ସାଧାରଣ ବୈଠକରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି, ଶିଳ୍ପ କ୍ଷେତ୍ରର ଚାହିଦା ପୂରଣ କରିବା ଲାଗି ବ୍ୟାଙ୍କିଙ୍ଗ୍‌ କାରବାର ପରିସରକୁ ବଢ଼ାଇବା ଆବଶ୍ୟକ। ଦେଶର ପ୍ରତି ଅର୍ଥନୈତିକ ସେଣ୍ଟରଗୁଡ଼ିକରେ ବ୍ୟାଙ୍କର ଉପସ୍ଥିତି ତଥା ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ସୁବିଧା ଯୋଗାଣ ନେଇ ସେ ଆହ୍ବାନ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୧୯ରେ ସରକାର ବୃହତ୍‌ ବ୍ୟାଙ୍କ ମିଶ୍ରଣ ପ୍ରକ୍ରିୟା ହାତକୁ ନେଇଛନ୍ତି। ଏହା ଦ୍ୱାରା ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ସହ ଓରିଏଣ୍ଟାଲ ବ୍ୟାଙ୍କ ଅଫ୍‌ କମର୍ସ ଏବଂ ୟୁନାଇଟେଡ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ମିଶ୍ରଣ ହୋଇଛି। ଆଲ୍ଲାହାବାଦ ବ୍ୟାଙ୍କ ଇଣ୍ଡିଆନ ବ୍ୟାଙ୍କର ଅଂଶବିଶେଷ ହୋଇଛି। କାନାରା ବ୍ୟାଙ୍କ ସହ ସିଣ୍ଡିକେଟ ବ୍ୟାଙ୍କର ମିଶ୍ରଣ ହୋଇଥିବା ବେଳେ ୟୁନିୟନ ବ୍ୟାଙ୍କ ପରିସରକୁ ଆନ୍ଧ୍ର ବ୍ୟାଙ୍କ ଏବଂ କର୍ପୋରେଶନ ବ୍ୟାଙ୍କ ଆସିଛି। ଏହା ପୂର୍ବରୁ ଏସ୍‌ବିଆଇ ସହ ଏହାର ୫ ସହଯୋଗୀ ବ୍ୟାଙ୍କକୁ ମିଶ୍ରଣ କରାଯାଇଛି। ସେହିଭଳି ବିଜୟା ବ୍ୟାଙ୍କ ଏବଂ ଦେନା ବ୍ୟାଙ୍କକୁ ବ୍ୟାଙ୍କ ଅଫ୍‌ ବରୋଦା ସହ ମିଶ୍ରଣ କରାଯାଇଛି।
ମହାମାରୀ ସମୟରେ ମଧ୍ୟ ବ୍ୟାଙ୍କ ମିଶ୍ରଣ କାର୍ଯ୍ୟ ସମ୍ପାଦନ ହୋଇଛି। ଏହାଦ୍ୱାରା ଗ୍ରାହକଙ୍କୁ କୌଣସି ସମସ୍ୟା ସାମ୍ନା କରିବାକୁ ପଡିନାହିଁ। ଏହି କାର୍ଯ୍ୟକୁ ସୀତାରାମନ ପ୍ରଶଂସା ଜଣାଇଛନ୍ତି। ଭବିଷ୍ୟତର ଆବଶ୍ୟକତାକୁ ନଜରରେ ରଖି ଡିଜିଟାଲ ଟେକ୍ନୋଲୋଜି ଉପରେ ଧ୍ୟାନ ଦେବାକୁ ସେ ମତ ରଖିଛନ୍ତି। ଦେଶର ୭.୫ ଲକ୍ଷ ଗ୍ରାମ ପଞ୍ଚାୟତରେ ଫାଇବର ଅପ୍ଟିକାଲ ନେଟଓ୍ବର୍କ ରହିଛି। ବ୍ୟାଙ୍କ ସେବା ଉପଲବ୍ଧ ନ ଥିବା ସ୍ଥାନଗୁଡିକ ଲାଗି ଏହା ବ୍ୟବହାର କରାଯାଇପାରିବ। ୨୦୩୦ ସୁଦ୍ଧା ୨ ଲକ୍ଷ କୋଟି ଡଲାର ରପ୍ତାନି ଲକ୍ଷ୍ୟ ଦିଗରେ ବ୍ୟାଙ୍କଗୁଡ଼ିକ ଯୋଗଦାନ ରଖିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Dharitri Business Eminence Award 2026: ଓଡ଼ିଶୀ ଅଳଙ୍କାରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବଜାୟ ରହୁ

ଝାରସୁଗୁଡ଼ାରେ ପ୍ରତିଷ୍ଠିତ ‘ଓଡ଼ିଶୀ ଜୁଏଲେରି’ ପଶ୍ଚିମ ଓଡ଼ିଶା ଗ୍ରାହକଙ୍କ ପାଇଁ ବେଶ୍‌ ଉପଯୋଗୀ ହୋଇପାରିଛି। ଏହାର ପ୍ରତିଷ୍ଠାତା ଶୈଳେଶ ସରାଓ୍ବଗୀଙ୍କ ନେତୃତ୍ୱରେ ଏହି ସଂସ୍ଥା ଗ୍ରାହକଙ୍କ ଚାହିଦା…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri