ମହିଳାମାନେ ସ୍ବାବଲମ୍ବୀ ହେଲେ ଦେଶ ସମୃଦ୍ଧ ହେବ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ବରଗଡ଼ ରାଣାପ୍ରତାପ ସ୍କୁଲର ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୂଲ୍ୟରେ ଅନୁଷ୍ଠିତ ଆନ୍ତର୍ଜାତୀୟ ମହିଳା ଦିବସରେ ସଂସଦର ସଭାନେତ୍ରୀ ଧରିତ୍ରୀ ରାଉତ୍‌ ଏଥିରେ ଅଧ୍ୟକ୍ଷତା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସିଆର୍‌ସିସି ପାର୍ବତୀ ସାହୁ ମୁଖ୍ୟଅତିଥିଭାବେ ଯୋଗଦେଇ ନାରୀଶକ୍ତିକୁ ସୃଷ୍ଟିର କାର୍ଯ୍ୟକାରିଣୀ ଶକ୍ତି ଏବଂ ନାରୀ ଯୁଗେଯୁଗେ ବନ୍ଦନୀୟା ବୋଲି ସେ କହିଥିଲେ। ଅବସରପ୍ରାପ୍ତ ଶିକ୍ଷକ କପିଳ ବାଗ ସମ୍ମାନିତ ବକ୍ତାଭାବେ ଯୋଗଦାନ କରିଥିଲେ। ମହିଳାଙ୍କୁ ସମ୍ମାନ ଦେବତାଙ୍କଠାରୁ କମ୍‌ ନୁହେଁ ବୋଲି ସେ କହିଥିଲେ। ଏହି ଅବସରରେ ଶିକ୍ଷୟିତ୍ରୀ ସୁନୀତା ମିଶ୍ର ନାରୀ ନାରାୟଣୀ କବିତା ପାଠ କରିଥିଲେ। ସୀମାରାଣୀ ସାହୁ ନାରୀଙ୍କ ଭୂମିକା ଉପରେ ଆଧାରିତ ଏକ ସଙ୍ଗୀତ ପରିବେଷଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଛାତ୍ରୀମାନଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ହୋଇଥିଲା। ସଂସଦର ସମ୍ପାଦିକା ସାଳିନୀ ସା ପ୍ରତିଯୋଗିତା ସଂଯୋଜନା କରିଥିଲେ। ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ମୀନା ପଣ୍ଡା, ଶିକ୍ଷୟିତ୍ରୀ ଜ୍ୟୋତି ବେହେରା, ଦୀପିକା କୁଲୁ, ତପସ୍ବିନୀ ତ୍ରିପାଠୀ, ଭାରତୀ ସେଟ୍‌, ନନ୍ଦିତା ସାହୁ, ସୀମା ଭୋଇ, ସାଗ୍ୟା ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାମୟୀ ତ୍ରିପାଠୀ ଶିଶୁ ସାହିତ୍ୟ ସଂସଦର ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ସେହିପରି ବରଗଡ଼ ପାର୍ବତୀ ଗିରି ମହିଳା କଲେଜ ଛାତ୍ରୀଙ୍କ ଦ୍ୱାରା ଏକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା।

ସରଣ୍ଡା,(ଯୁଧିଷ୍ଠିର ମହାପାତ୍ର):ମହିଳାମାନେ ସ୍ବାବଲମ୍ବୀ ହେଲେ ଦେଶ ସମୃଦ୍ଧ ହେବା ସହ ବହୁବିଧ ବିକାଶ ହୋଇପାରିବ ବୋଲି ଅତାବିରା ଭାଜପା ପକ୍ଷରୁ ଆୟୋଜିତ ବିଶ୍ୱ ମହିଳା ଦିବସ କାର୍ଯ୍ୟକ୍ରମରେ ଅତିଥିମାନେ କହିଛନ୍ତି। ମହିଳାମାନେ ଆଜିର ଯୁଗରେ ସବୁ କ୍ଷେତ୍ରରେ ଆଗକୁ ଗଲେଣି। ଏମାନେ ପୁରଷଙ୍କୁ ମଧ୍ୟ ପଛରେ ପକାଇଛନ୍ତି। ପୁଣି ଦେଶର ପ୍ରଥମ ନାଗରିକ ଭାବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ନିଜର ଦକ୍ଷତାର ପରିଚୟ ଦେଇଛନ୍ତି ବୋଲି ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବିଶ୍ୱ ମହିଳା ଦିବସ ଅବସରରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଳିଙ୍ଗ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି। ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ, ଅତାବିରା ସିଡିପିଓ ଉର୍ମିଳା ପରିଡ଼ା, ଅବସରପ୍ରାପ୍ତ ପ୍ରଶାଶନିକ ଅଧିକାରୀ ତଥା ଗାଳ୍ପିକା କବିୟତ୍ରୀ ତପସୱିନୀ ଗୁରୁ, କୁଲୁଣ୍ଡା ଗ୍ରାମର ସ୍ବର୍ଗତ ସ୍ବାଧୀନତା ସଂଗ୍ରାମୀ ହୃଷିକେଶ ନାୟକଙ୍କ ସ୍ତ୍ରୀ ପଞ୍ଚମୀ ନାୟକ, ଅନ୍ୟତମ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ତ୍ରୀ ମାମୀ ଘୋଷ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଥିଲେ। ଏହି ଅବସରରେ ଉଭୟ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ତ୍ରୀ ପଞ୍ଚମୀ ନାୟକ ଓ ମାମୀ ଘୋଷଙ୍କୁ ସ୍ମାରକୀ ସହ ସମ୍ମାନ ପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।
ବରପାଲି,(ଚିତ୍ତରଞ୍ଜନ ସାହୁ): ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ସଭାପତିତ୍ୱ କରିଥିବା ଅଧ୍ୟାପିକା ନିଳୀମା ନାୟକଙ୍କ ପରିଚାଳନା କରିଥିଲେ। ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗ ଦେଇଥିଲେ ।

ପାଇକମାଳ,(ବଡ଼ ଶତପଥୀ):ପାଇକମାଳ ବ୍ଲକ ଆଇକେଡ଼ା ଅନୁଷ୍ଠାନ ମହିଳା ସଂଗଠନ ଦାରା ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପଦ୍ମପୁର କୃଷି ଜିଲା ଅଧିକାରୀ ପ୍ରଭାସ ପଣ୍ଡା ସମ୍ମାନିତ ଅତିଥି ଭାବେ ନୀତି ଆୟୋଗ ଏବିଏଫ ସୁଶ୍ରୀ ମଧୁସ୍ମିତା ବେହେରା ଓ ମୁଖ୍ୟ ବକ୍ତା ଭାବେ ବ୍ଲକ କୃଷି ଅଧିକାରୀ ସୋମନାଥ ମହାପାତ୍ର ସମେତ ସୁଜାତା ଧରୁଆ, ଆକାଂକ୍ଷା ନାମଦେଓ ଯୋଗଦେଇଥିଲେ। ଏ ଅବସରରେ ସଫଳ ମହିଳାମାନଙ୍କୁ ସମ୍ମାନିତ କରାଯାଇଥିଲା। ଏଥିସହ ସମାଜ ସେବାରେ ଉଲ୍ଲେଖନୀୟ ଭୂମିକା ନିର୍ବାହ କରୁଥିବା ପ୍ରକୃତିବନ୍ଧୁ ସାମ୍ବାଦିକ ଧିରେନ ମହାନ୍ତିଙ୍କୁ ମଧ୍ୟ ଉପଢୋକନ ଦେଇ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri