Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଦ ତଳେ ମୁଣ୍ଡ ନୁଆଁଇଛି ଦେଶର ସେନା: ଭାଜପା ଉପମୁଖ୍ୟମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ

ଭୋପାଳ,୧୬।୫: ମଧ୍ୟପ୍ରଦେଶରେ ଭାଜପା ମନ୍ତ୍ରୀ ବିଜୟ ଶାହଙ୍କ ବିବାଦୀୟ ବୟାନ ଥମି ନଥିଲା ବେଳେ ଆଉ ଏକ ବୟାନ ଚର୍ଚ୍ଚାକୁ ଆସିଛି। ମଧ୍ୟପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଜଗଦୀଶ ଦେବଡା ପୁଣି ଥରେ ନିଜ ବୟାନକୁ ନେଇ ବିବାଦରେ ପଡ଼ିଛନ୍ତି। ଜବଲପୁରରେ ଆୟୋଜିତ ନାଗରିକ ପ୍ରତିରକ୍ଷା ସ୍ବେଚ୍ଛାସେବକଙ୍କ ଏକ ତାଲିମ କାର୍ଯ୍ୟକ୍ରମରେ, ଉପମୁଖ୍ୟମନ୍ତ୍ରୀ ଏମିତି ଏକ ବୟାନ ଦେଇଛନ୍ତି, ଯାହାକୁ ନେଇ ରାଜନୈତିକ ମହଲରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି।

ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ଦେବଡା କହିଥିଲେ, ଆଜି ସମଗ୍ର ଦେଶ, ଦେଶର ସେନା ଏବଂ ଆମର ସୈନିକମାନେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଦ ତଳେ ପ୍ରଣାମ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ପହଲଗାମ ଆକ୍ରମଣର ପ୍ରତିଶୋଧ ନେବାର ଉପାୟ ପ୍ରଶଂସନୀୟ। ଦେବଡ଼ାଙ୍କ ଏହି ବୟାନରେ, ସଭାସ୍ଥଳରେ ଉପସ୍ଥିତ ଲୋକମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ତାଳି ମଧ୍ୟ ମାରିଥିଲେ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୀତି ଏବଂ ନିଷ୍ପତ୍ତି ଯୋଗୁ ଦେଶର ସୁରକ୍ଷା ବ୍ୟବସ୍ଥା ଅଧିକ ମଜଭୁତ ହୋଇଛି। ଦେଶର ସୀମା ପୂର୍ବ ଅପେକ୍ଷା ଅଧିକ ସୁରକ୍ଷିତ, ଏବଂ ଏହାର ସମସ୍ତ ଶ୍ରେୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଯାଏ।

ବିରୋଧୀ ଦଳଗୁଡ଼ିକ ଏହାକୁ କଡ଼ା ବିରୋଧ କରିଛନ୍ତି ଏବଂ କହିଛନ୍ତି ଯେ, ସେନାକୁ ରାଜନୀତିରେ ଟାଣିବା ଭୁଲ ଏବଂ ଏହି ବକ୍ତବ୍ୟ ସେନାର ମର୍ଯ୍ୟାଦା ପ୍ରତି ଅପମାନ। କଂଗ୍ରେସ ମୁଖପାତ୍ରମାନେ ଦେବଡାଙ୍କଠାରୁ କ୍ଷମା ମାଗିବା ଦାବି କରିଛନ୍ତି ଏବଂ କହିଛନ୍ତି ଯେ, ସେନା ଦେଶର ସମ୍ବିଧାନ ଏବଂ ଗଣତନ୍ତ୍ରକୁ ସୁରକ୍ଷା ଦିଏ ଏବଂ କୌଣସି ନିର୍ଦ୍ଦିଷ୍ଟ ବ୍ୟକ୍ତିଙ୍କ ନିକଟରେ ମୁଣ୍ଡ ନୁଆଁଏ ନାହିଁ।

 

 


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri