ଦେଶର ସବୁଠୁ ବଡ଼ ଦାନବୀର: ଏତିକି ଟଙ୍କା ଦେଲେ ଦାନ

ନୂଆଦିଲ୍ଲୀ,୩।୧୧: ଦେଶର ଅଗ୍ରଣୀ ଆଇଟି କମ୍ପାନୀ ଏଚ୍‌ସିଏଲ୍‌ ଟେକ୍ନୋଲୋଜିର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ଶିବ ନାଦର ସବୁଠାରୁ ବଡ ଦାନବୀର ଭାବରେ ଉଭା ହୋଇଛନ୍ତି। ୨୦୨୨-୨୩ ଆର୍ଥିକ ବର୍ଷରେ ଶିବ ନାଦର ୨୦୨୪ କୋଟି ଟଙ୍କା ଦାନ କରିଛନ୍ତି, ଯାହା ପୂର୍ବ ଆର୍ଥିକ ବର୍ଷ ତୁଳନାରେ ୭୬ ପ୍ରତିଶତ ଅଧିକ।
ବିଜନେସ ଷ୍ଟାଣ୍ଡାର୍ଡର ରିପୋର୍ଟ ଅନୁଯାୟୀ, ଏଡେଲ ଗିଭ ହୁରୁନ ଇଣ୍ଡିଆ ଫିଲାନଥ୍ରୋପୀ ଲିଷ୍ଟ (EdelGive Hurun India Philanthropy List 2023) ୨୦୨୩ ଅନୁଯାୟୀ, ଶିବ ନାଦର ୨୦୪୨ କୋଟି ଟଙ୍କା ଦାନ କରି ଦେଶର ସବୁଠାରୁ ଦାନବୀର ହୋଇପାରିଛନ୍ତି। ସେ ୨୦୨୨-୨୩ ଆର୍ଥିକ ବର୍ଷରେ ପ୍ରତିଦିନ ହାରାହାରି ୫.୬ କୋଟି ଟଙ୍କା ଦାନ କରିଛନ୍ତି। ଶିବ ନାଦର ପରେ ୱିପ୍ରୋଙ୍କ ଅଜିମ ପ୍ରେମଜୀ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ୨୦୨୨-୨୩ରେ ମୋଟ ୧୭୭୪ କୋଟି ଟଙ୍କା ଦାନ କରିଛନ୍ତି। ଯାହାକି ୨୦୨୩-୨୨ ଆର୍ଥିକ ବର୍ଷ ତୁଳନାରେ ୨୬୭ ପ୍ରତିଶତ ଅଧିକ।
ଦାନ ଦୃଷ୍ଟିରୁ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଚେୟାରମ୍ୟାନ ମୁକେଶ ଅମ୍ବାନୀ ତୃତୀୟ ସ୍ଥାନରେ ଅଛନ୍ତି। ସେ ରିଲାଏନ୍ସ ଫାଉଣ୍ଡେସନ ମାଧ୍ୟମରେ ୩୭୬ କୋଟି ଟଙ୍କା ଦାନ କରିଛନ୍ତି। ଜେରୋଡାର ନିଖିଲ କାମାଥ ସର୍ବକନିଷ୍ଠ ଦାତା ହୋଇଛନ୍ତି। ସେ ୧୧୨ କୋଟି ଟଙ୍କା ଦାନ କରି ଦ୍ୱାଦଶ ସ୍ଥାନରେ ଅଛନ୍ତି। ମହିଳା ଦାତାମାନଙ୍କ ମଧ୍ୟରେ ରୋହିଣୀ ନିଲେକାନି ପ୍ରଥମ ସ୍ଥାନରେ ରହି ୧୭୦ କୋଟି ଟଙ୍କା ଦାନ କରିଛନ୍ତି। ଏଡେଲ ଗିଭ ହୁରୁନ ଇଣ୍ଡିଆ ଦାନବୀର ତାଲିକା ୨୦୨୩ ଅନୁଯାୟୀ ସେ ଦଶମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri