Posted inଜାତୀୟ

ହରିୟାଣାରେ ଗଡ଼ିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

ନୂଆଦିଲ୍ଲୀ,୭ା୧: ଦେଶର ପ୍ରଥମ ଉଦ୍‌ଜାନ ଚାଳିତ ଟ୍ରେନ୍‌ ହରିୟାଣାରେ ଧାଇଁବ। ନର୍ଦର୍ନ ରେଲଓ୍ବେ ପକ୍ଷରୁ ଚଳାଚଳ କରିବାକୁ ଥିବା ଏହି ଟ୍ରେନ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତମାସରେ ଉଦ୍‌ଘାଟନ କରିବେ। ଏହି ପ୍ରକଳ୍ପ ଜିନ୍ଦ୍‌-ସୋନିପତ୍‌ ରୁଟ୍‌ରେ ଚଳାଚଳ କରିବ, ଯାହାକି ବର୍ତ୍ତମାନ ପ୍ରସ୍ତୁତିର ଚୂଡ଼ାନ୍ତ ପର୍ଯ୍ୟାୟରେ ରହିଛି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି।
ଜିନ୍ଦ୍‌ସ୍ଥିତ ହାଇଡ୍ରୋଜେନ୍‌ ଉତ୍ପାଦନ କେନ୍ଦ୍ରରେ ଏକ ସ୍ଥିର ତଥା ନିରନ୍ତର ୧୧କେଭି ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା କରାଯାଇଛି। ଏଥିରୁ ଉକ୍ତ ଟ୍ରେନ୍‌କୁ ଇନ୍ଧନ ଯୋଗାଇ ଦିଆଯିବ। ହରିୟାଣା ମୁଖ୍ୟ ଶାସନ ସଚିବ ଅନୁରାଗ ରୋସ୍ତଗୀ ଦକ୍ଷିଣ ହରିୟାଣା ବିଜୁଳି ବିତରଣ ନିଗମ ଅଧିକାରୀମାନଙ୍କ ସହ ଏକ ହାଇବ୍ରିଡ୍‌ ବୈଠକରେ ଏହି ପ୍ରକଳ୍ପର ଶକ୍ତି ବନ୍ଦୋବସ୍ତ ଉପରେ ସମୀକ୍ଷା କରିଛନ୍ତି। ଟ୍ରେନ୍‌ ଚଳାଚଳ ବେଳେ ଯେପରି କୌଣସି ବ୍ୟାଘାତ ନ ଘଟେ ସେଥିଲାଗି ନିୟମିତ ସମୀକ୍ଷା କରିବାକୁ ସେ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଅଧିକାରୀମାନେ କହିଛନ୍ତି, ୩,୦୦୦ କେ.ଜି. ସଂରକ୍ଷଣ ସୁବିଧା ବିଶିଷ୍ଟ ଭାରତର ସର୍ବବୃହତ୍‌ ହାଇଡ୍ରୋଜେନ୍‌ ପ୍ଲାଣ୍ଟ ଜିନ୍ଦ୍‌ରେ ପ୍ରତିଷ୍ଠା କରାଯାଇଛି। ଏଥିରେ ୧୨୦ କୋଟି ଟଙ୍କାର ନିବେଶ ହୋଇଥିବା ଉକ୍ତ ବୈଠକରୁ ଜଣାପଡ଼ିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri