ନ୍ୟାୟ ଦାବିରେ ଏସ୍‌ପିଙ୍କ ଦ୍ୱାରସ୍ଥ ଦମ୍ପତି

ଖୋର୍ଦ୍ଧା ଅଫିସ,୨୯।୧୨: ଖୋର୍ଦ୍ଧା ଜିଲାରେ ସରକାରୀ ଓ ମହାପ୍ରଭୁଙ୍କ ଜମି, କାଜୁ ଜଙ୍ଗଲ ଉପରେ ପଥର ଖଣି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ଏପରିକି ସ୍ଥିତିବାନ ପ୍ଲଟ ମଧ୍ୟ ବାଦ୍‌ ପଡ଼ିନି। ପ୍ରତିବାଦ କଲେ ମିଳୁଛି ହତ୍ୟା ଧମକ। ଏଥିସହ ପୋଲିସ ନିକଟରେ ଅଭିଯୋଗ କଲେ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ଦେଉଛନ୍ତି। ଏନେଇ ସୋମବାର ଜଙ୍କିଆ ଥାନା ଅଧୀନ ମଳିପଡ଼ା ଠାରେ ରହୁଥିବା ଏକ ଦମ୍ପତି ଜିଲା ଆରକ୍ଷୀ ଅଧୀକ୍ଷଙ୍କ ନିକଟରେ ଅଭିଯୋଗ କରିବା ସହ ପତ୍ର ପ୍ରଦାନ କରିଛନ୍ତି।
ଅଭିଯୋଗପତ୍ରରେ ଦର୍ଶାଯାଇଛି ଯେ, ମଳିପଡା ଠାରେ ପ୍ରଦୀପ ନରେନ୍ଦ୍ର ଜିତସିଂ ଓ ସ୍ତ୍ରୀ ସୁବାସିନୀ ରୁହନ୍ତି। ନରସିଂହପ୍ରସାଦ ମୌଜା ସ୍ଥିତ ଖାତା ନଂ.୩୭୭/୦୬, ପ୍ଲଟ ନଂ. ୭୬ ଓ ୧୪୭, ପ୍ଲଟ ନଂ. ୧୬, ୮୯୫, ୯୩, ୯୨ ଏବଂ ୩୦ରେ ସ୍ଥିତିବାନ ଜମି ରହିଛି। ଏହି ଜମିରୁ କେତେଜଣ ଦୁର୍ବୃତ୍ତ ଅନୁପସ୍ଥିତିର ସୁଯୋଗ ନେଇ ମୋରମ ଏବଂ ମାଙ୍କଡା ପଥର ଦୈନିକ ଶହ ଶହ ଟ୍ରକ୍‌ରେ ଉତ୍ତୋଳନ କରି ଚୋରା ଚାଲାଣ କରୁଛନ୍ତି। ଏଥିସହିତ ପ୍ରଦୀପଙ୍କ ଜମିରେ ରହିଥିବା କାଜୁ ଜଙ୍ଗଲ କାଟି ପଦା କରି ଦେଇଛନ୍ତି। ସେଠାରୁ ମଧ୍ୟ ଚୋରା ଚାଲାଣ ଚାଲିଛି। ଫଳରେ ଜମିରେ ୩୦ରୁ ୪୦ ଫୁଟ ଗାତ ସୃଷ୍ଟି ହେଲାଣି। ବହୁ ମୂଲ୍ୟବାନ ଜମି ଅନୁପଯୁକ୍ତ ହୋଇପଡିଛି। ଏନେଇ ସ୍ଥାନୀୟ ଓ ଜିଲା ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ଅନ୍ୟପଟେ ଜମିକୁ ଗଲେ, ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଭୟଭୀତ କରୁଛନ୍ତି। ଥାନାରେ ଅଭିଯୋଗ କଲେ, ଜୀବନରେ ମାରିଦେବାକୁ ଧମକ ଦେଉଛନ୍ତି। ଅନ୍ୟପଟେ ଜମିରେ ବେଆଇନ ଖଣିଜ ପଦାର୍ଥ ଉତ୍ତୋଳନ ଜାରି ରହିଛି। ଦୁର୍ବୃତ୍ତଙ୍କ କବଳରୁ ବେଆଇନ ଖଣି ଉତ୍ତୋଳନ ବନ୍ଦ କରିବା ସହ ସେମାନଙ୍କୁ ସୁରକ୍ଷା ପ୍ରଦାନ ଲାଗି ଦାବିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri