ତହସିଲଦାରଙ୍କ ଉପସ୍ଥିତିରେ ବିବାହ କଲେ ପ୍ରେମୀଯୁଗଳ

କୋକସରା,୧ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ହୋଇଛି। ବିବାହ ବନ୍ଧନରେ ବାନ୍ଧି ହୋଇଥିବା ପ୍ରେମୀଯୁଗଳ ହେଲେ ଧନସରା ଗ୍ରାମର ଖଗେଶ୍ୱର ସତନାମୀଙ୍କ ଝିଅ ଚାରୁକଳା (୨୦) ଓ ଭୋଳାନାଥ ନାଏକଙ୍କ ପୁଅ ସୁଶାନ୍ତ (୨୯)। ଝିଅ ଓ ପୁଅ ଦୁହେଁ ଗୋଟିଏ ଜାତିର ହୋଇ ନ ଥିବାରୁ ପୁଅ ଘର ଲୋକେ ବିବାହ ପାଇଁ ବାରଣ କରିଥିଲେ। ପରେ ଉଭୟ ଘର ଛାଡି ଫେରାର ହୋଇ ଯାଇଥିଲେ। ପୁଅ ଘର ଲୋକେ ସେତେବେଳେ ଖୋଜା ଖୋଜି କରି ଦୁହିଁଙ୍କୁ ଅଲଗା କରିଦେଇଥିଲେ। ପୁଅ ଘର ଲୋକ ଝିଅକୁ ଗ୍ରହଣ ନ କରିବାରୁ ଝିଅ ପରିବାର ଲୋକେ ଥାନାର ଦ୍ୱାରସ୍ଥ ହେବା ପରେ ପୁଅ ଜେଲ୍‌ ମଧ୍ୟ ଯାଇଥିଲେ। ଉଭୟ ଆଇନ ଅନୁଯାୟୀ ଆଜି ରେଜିଷ୍ଟ୍ରି ବିବାହ କୋକସରା ତହସିଲଦାର ମନୋଜ କୁମାର ପାଢ଼ୀଙ୍କ ଉପସ୍ଥିତିରେ କରିଛନ୍ତି। ଏହି ସମୟରେ ଭୁକଚନ ସତନାମୀ, ପରମାନନ୍ଦ ସତନାମୀଙ୍କ ସମେତ ଉଭୟଙ୍କ ପରିବାର ଲୋକ ଉପସ୍ଥିତ ରହିଥିଲେ। ବିବାହ ବନ୍ଧନରେ ବାନ୍ଧି ହେବା ପରେ ଉଭୟ ବେଶ୍‌ ଖୁସି ହେବା ସହ ସମସ୍ତଙ୍କ ଆଶୀର୍ବାଦ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri