ଦୁର୍ଘଟଣାରେ ଚାଲିଗଲା କୋଭିଡ୍‌ ଟିକା ନେବାକୁ ଯାଉଥିବା ଦମ୍ପତିଙ୍କ ଜୀବନ

ବୌଦ୍ଧ,୮।୪: ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରାଧାନଗରଠାରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଆଦର୍ଶ ଥାନା ଅଧୀନ ରାଧାନଗର ଗାଁର ଲଳିତ ମୋହନ ସାହୁ (୬୫) ଓ ତାଙ୍କ ସ୍ତ୍ରୀ ପ୍ରଫୁଲ୍ଲ କୁମାରୀ ସାହୁ (୬୦)। ଉକ୍ତ ଦମ୍ପତି କୋଭିଡ ଟିକା ନେବାକୁ ସାଇକେଲରେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
ଗୁରୁବାର ଲଳିତ ଓ ପ୍ରଫୁଲ୍ଲ କୋଭିଡ ଟିକା ନେବାକୁ ନିକଟସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କେନ୍ଦ୍ରକୁ ସାଇକେଲରେ ଯାଉଥିଲେ। ସେମାନେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ଅତିକ୍ରମ କରୁଥିବା ବେଳେ ବୌଦ୍ଧ ପଟୁ ପୁରୁଣାକଟକ ଯାଉଥିବା ଏକ ଲୁହାଛଡ ବୋଝେଇ ଟାଟା-ଏସିଇ ଗାଡି (ନଂ.ଓଡି୨୭/୮୯୬୧) ସାଇକେଲକୁ ପଛରୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଉକ୍ତ ଦମ୍ପତିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ପ୍ରଫୁଲ୍ଲ କୁମାରୀଙ୍କ ମୃତ୍ୟୁ ହୋଇଥିଲା। ଲଳିତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବୁର୍ଲା ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ଗାଡି ଚାଳକ ରଙ୍କ ଅମାତଙ୍କୁ ଗାଁରେ ଏକ ଘର ଭିତରେ ତାଲା ପକାଇ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ହରଭଙ୍ଗା ତହସିଲଦାର ଶମ୍ଭୁ ପ୍ରସାଦ ମିଶ୍ର, ବୌଦ୍ଧ ଥାନାଧିକାରୀ ତପସ୍ବିନୀ କହଁର ସେଠାକୁ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। କିନ୍ତୁ ଲୋକମାନେ କ୍ଷତିପୂରଣ ଦାବିରେ ଜିଦ୍‌ ରହିବା ସହ ଗାଡି ଚାଳକଙ୍କୁ ଛାଡି ନ ଥିଲେ। ପୋଲିସ ପ୍ରଶାସନ ଉପସ୍ଥିତିରେ ଗାଡି ମାଲିକ ଚାପଧାରୀ ମିଶ୍ରଙ୍କ ସହ ଆଲୋଚନା ହୋଇଥିଲା। କ୍ଷତିପୂରଣ ବାବଦକୁ ଗାଡି ମାଲିକ ୭୦ ହଜାର ଟଙ୍କା, ଗାଡି ଚାଳକ ୩୦ ହଜାର ଟଙ୍କା ଓ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଦେବା ପରେ ଗ୍ରାମବାସୀ ଚାଳକଙ୍କୁ ଛାଡିଥିଲେ। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏ ନେଇ ବୌଦ୍ଧ ଥାନା ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଚାଳିଥିବା ଥାନା ଅଧିକାରୀ କହଁର ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri