ଦୁର୍ଘଟଣାରେ ଚାଲିଗଲା କୋଭିଡ୍‌ ଟିକା ନେବାକୁ ଯାଉଥିବା ଦମ୍ପତିଙ୍କ ଜୀବନ

ବୌଦ୍ଧ,୮।୪: ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ରାଧାନଗରଠାରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବୌଦ୍ଧ ଆଦର୍ଶ ଥାନା ଅଧୀନ ରାଧାନଗର ଗାଁର ଲଳିତ ମୋହନ ସାହୁ (୬୫) ଓ ତାଙ୍କ ସ୍ତ୍ରୀ ପ୍ରଫୁଲ୍ଲ କୁମାରୀ ସାହୁ (୬୦)। ଉକ୍ତ ଦମ୍ପତି କୋଭିଡ ଟିକା ନେବାକୁ ସାଇକେଲରେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
ଗୁରୁବାର ଲଳିତ ଓ ପ୍ରଫୁଲ୍ଲ କୋଭିଡ ଟିକା ନେବାକୁ ନିକଟସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କେନ୍ଦ୍ରକୁ ସାଇକେଲରେ ଯାଉଥିଲେ। ସେମାନେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ଅତିକ୍ରମ କରୁଥିବା ବେଳେ ବୌଦ୍ଧ ପଟୁ ପୁରୁଣାକଟକ ଯାଉଥିବା ଏକ ଲୁହାଛଡ ବୋଝେଇ ଟାଟା-ଏସିଇ ଗାଡି (ନଂ.ଓଡି୨୭/୮୯୬୧) ସାଇକେଲକୁ ପଛରୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକେ ଉକ୍ତ ଦମ୍ପତିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ପ୍ରଫୁଲ୍ଲ କୁମାରୀଙ୍କ ମୃତ୍ୟୁ ହୋଇଥିଲା। ଲଳିତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବୁର୍ଲା ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଗ୍ରାମବାସୀ ଗାଡି ଚାଳକ ରଙ୍କ ଅମାତଙ୍କୁ ଗାଁରେ ଏକ ଘର ଭିତରେ ତାଲା ପକାଇ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବର ପାଇ ହରଭଙ୍ଗା ତହସିଲଦାର ଶମ୍ଭୁ ପ୍ରସାଦ ମିଶ୍ର, ବୌଦ୍ଧ ଥାନାଧିକାରୀ ତପସ୍ବିନୀ କହଁର ସେଠାକୁ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। କିନ୍ତୁ ଲୋକମାନେ କ୍ଷତିପୂରଣ ଦାବିରେ ଜିଦ୍‌ ରହିବା ସହ ଗାଡି ଚାଳକଙ୍କୁ ଛାଡି ନ ଥିଲେ। ପୋଲିସ ପ୍ରଶାସନ ଉପସ୍ଥିତିରେ ଗାଡି ମାଲିକ ଚାପଧାରୀ ମିଶ୍ରଙ୍କ ସହ ଆଲୋଚନା ହୋଇଥିଲା। କ୍ଷତିପୂରଣ ବାବଦକୁ ଗାଡି ମାଲିକ ୭୦ ହଜାର ଟଙ୍କା, ଗାଡି ଚାଳକ ୩୦ ହଜାର ଟଙ୍କା ଓ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଦେବା ପରେ ଗ୍ରାମବାସୀ ଚାଳକଙ୍କୁ ଛାଡିଥିଲେ। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଏ ନେଇ ବୌଦ୍ଧ ଥାନା ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଘଟଣାର ତଦନ୍ତ ଚାଳିଥିବା ଥାନା ଅଧିକାରୀ କହଁର ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri