ଆକାଉଣ୍ଟରୁ ଟଙ୍କା ହଡ଼ପ କରି ଗିରଫ ହେଲେ ଦମ୍ପତି

ମୋରଡ଼ା,୨୦ା୧୨(ସ୍ମାରକ ମାଜୀ): ଆକାଉଣ୍ଟରୁ କୌଶଳ କ୍ରମେ ଟଙ୍କା ଉଠାଇ ହଡ଼ପ କରିଥିବା ଦମ୍ପତିଙ୍କୁ ମୋରଡ଼ା ଥାନା ପୋଲିସ ଗିରଫ କରି ଅଧିକ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ରୂପାଲି ଭକ୍ତାଙ୍କ ସ୍ବାମୀ ସର୍ପଘାତ ଜନିତ ମୃତ୍ୟୁର ସରକାରୀ ସହାୟତା ରାଶି ୪ ଲକ୍ଷ ଟଙ୍କା ରୂପାଲିଙ୍କ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଚିତ୍ରଡ଼ା ଶାଖା ଆକାଉଣ୍ଟରେ ଲାଗିଥିଲା। ତେବେ ରୂପାଲିଙ୍କ ବ୍ୟାଙ୍କ ପାସ୍‌ବୁକ୍‌କୁ ନକଲି କରି ନିଜର ଫଟୋ ଦେଇ ୧ ଲକ୍ଷ ୭୦ ହଜାର ଟଙ୍କା ରଶ୍ମିତା ଦେହୁରୀ(୨୩) ଉଠାଇ ନେଇଥିବା ବେଳେ ଉକ୍ତ କାର୍ଯ୍ୟରେ ରଶ୍ମିତାଙ୍କୁ ତାଙ୍କ ସ୍ବାମୀ ମନୁ ଦେହୁରୀ (୩୫) ସହଯୋଗ କରିଥିଲେ। ଗତ ମଙ୍ଗଳବାର ଉକ୍ତ ଦମ୍ପତି ପୁଣି ଥରେ ୫ ହଜାର ଟଙ୍କା ଉଠାଇବା ପାଇଁ ସମାନ ନୀତି ଅବଲମ୍ବନ କରି ଉକ୍ତ ବ୍ୟାଙ୍କ ଶାଖାରେ ପହଞ୍ଚିଥିଲେ।

ତେବେ ମ୍ୟାନେଜରଙ୍କ ନଜରକୁ ଏହା ଆସିବା ପରେ ମ୍ୟାନେଜର ସନ୍ଦେହ କରି ସଙ୍ଗେସଙ୍ଗେ ମୋରଡ଼ା ଥାନା ଅଧିକାରୀଙ୍କୁ ଖବର ଦେଇଥିଲେ। ଖବର ପାଇ ମୋରଡ଼ା ଥାନା ଅଧିକାରୀ ପଦ୍ମଲୋଚନ ପାଣିଗ୍ରାହୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଦମ୍ପତିଙ୍କୁ ପଚରାଉଚରା କରିଥିଲେ ଏବଂ ଦମ୍ପତିଙ୍କୁ ଅଧିକ ପଚରାଉଚରା ଓ ତଦନ୍ତ ପରେ ଦମ୍ପତିଙ୍କୁ ଆଜି ଗିରଫ କରି ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି l ମୋରଡ଼ା ଥାନାରେ ଏନେଇ ୪୪୩/୨୦୨୩ ରେ ଏକ ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri