ମାଲକାନଗିରିରେ ବଢ଼ିଚାଲିଛି ଗୁଣିଗାରେଡ଼ି ଜନିତ ମୃତ୍ୟୁସଂଖ୍ୟା: ଦମ୍ପତିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ମାଲକାନଗିରି,୨୭ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଗୁଣିଗାରେଡ଼ି ସନ୍ଦେହ ଜନିତ ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ଦୁଇଦିନ ତଳେ ମା’-ଝିଅଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ବେଳେ ଶନିବାର ଆଉ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଶୁକ୍ରବାର ରାତିରେ କୌଣସି ଦୁର୍ବୃତ୍ତ ମାଲକାନଗରି ଥାନା ଅଞ୍ଚଳ ପେଣ୍ଡାଲଗୁଡ଼ା ଗ୍ରାମରେ ଗୁଣି ଗାରେଡ଼ି ସନ୍ଦେହରେ ସ୍ତ୍ରୀ -ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତ ଦମ୍ପତି ହେଲେ ସ୍ବାମୀ ସୋମା ମାଢ଼ି (୫୦) ଓ ସ୍ତ୍ରୀ ଶୁକ୍ରି ମାଢ଼ି (୪୫)। ଘଟଣା ସମ୍ପର୍କରେ ଖବର ପାଇ ମାଲକାନଗିରି ଥାନା ଆଇଆଇସି ରାମପ୍ରସାଦ ନାଗ ଏବଂ ପୋଲିସ ଦଳ ଶନିବାର ପେଣ୍ଡାଲଗୁଡ଼ାରେ ପହଞ୍ଚି ମୃତଦେହ ଜବତ କରିବା ସହ ସନ୍ଦେହରେ ଦୁଇଜଣଙ୍କୁ ଥାନାକୁ ଆଣି ପଚରାଉଚରା କରୁଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯିବ ବୋଲି ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?