୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡାକ୍ତର ଶିଖା ମଧ୍ୟ ଚିକିତ୍ସା କରିବେ ବୋଲି ଡାକ୍ତର ଚନ୍ଦାନି କହିଛନ୍ତି। ସେ ଆହୁରି କହିଛନ୍ତି, ଡାକ୍ତରଖାନାରେ କାର୍ଯ୍ୟ ସାରିବା ପରେ ଘରେ ମାଗଣାରେ ଗରିବ ନିରୀହ ଲୋକଙ୍କୁ ଚିକିତ୍ସା ଦେବା ପାଇଁ ବହୁଦିନରୁ ଅଭିଳାଷ ରହିଥିଲା। ମୋର ମାଆ ଲାଜବତି ମଧ୍ୟ ଏଭଳି ମାଗଣା ସେବା ଦେବାକୁ କହିଥିଲେ। ତେଣୁ ଭଡ଼ାଘରେ ଶୁକ୍ରବାରଠାରୁ ଏହା ଆରମ୍ଭ କରିଛି। ସବୁ କାମର ପାରିଶ୍ରମିକ ରହିବା ଦରକାର। ମାଗଣା ହେଲେ ମୂଲ୍ୟ ବୁଝାପଡେ ନାହିଁ। ତେଣୁ ୧ ଟଙ୍କା ଫି ରଖାଯାଇଛି। ଅତି ଗରିବ ରୋଗୀଙ୍କ ରକ୍ତ, ମଳ, ମୂତ୍ର ଭଳି ପରୀକ୍ଷା ମଧ୍ୟ ମାଗଣାରେ କରିବା ପାଇଁ ଚେଷ୍ଟା କରିବି। ପ୍ରଥମ ଦିନରେ ୩୩ ଜଣ ରୋଗୀ ଆସିଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ମାଗଣାରେ ପରୀକ୍ଷା କରାଯାଇଥିଲା। ପରବର୍ତ୍ତୀ ସମୟରେ ଚିକିତ୍ସା ସମୟସୀମା ବୃଦ୍ଧି କରାଯିବ। ସକାଳ ୭ଟା ୩୦ ମିନିଟରୁ ୮ଟା ୩୦ ମିନିଟ ପର୍ଯ୍ୟନ୍ତ ସମୟ ରହିବ। ସ୍ତ୍ରୀ ଶିଖା ମଧ୍ୟ ସହଯୋଗ କରିବେ। ସେ ଓରାଲ ସର୍ଜରୀ ଉପରେ ଚିକିତ୍ସା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri