୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା

ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡାକ୍ତର ଶିଖା ମଧ୍ୟ ଚିକିତ୍ସା କରିବେ ବୋଲି ଡାକ୍ତର ଚନ୍ଦାନି କହିଛନ୍ତି। ସେ ଆହୁରି କହିଛନ୍ତି, ଡାକ୍ତରଖାନାରେ କାର୍ଯ୍ୟ ସାରିବା ପରେ ଘରେ ମାଗଣାରେ ଗରିବ ନିରୀହ ଲୋକଙ୍କୁ ଚିକିତ୍ସା ଦେବା ପାଇଁ ବହୁଦିନରୁ ଅଭିଳାଷ ରହିଥିଲା। ମୋର ମାଆ ଲାଜବତି ମଧ୍ୟ ଏଭଳି ମାଗଣା ସେବା ଦେବାକୁ କହିଥିଲେ। ତେଣୁ ଭଡ଼ାଘରେ ଶୁକ୍ରବାରଠାରୁ ଏହା ଆରମ୍ଭ କରିଛି। ସବୁ କାମର ପାରିଶ୍ରମିକ ରହିବା ଦରକାର। ମାଗଣା ହେଲେ ମୂଲ୍ୟ ବୁଝାପଡେ ନାହିଁ। ତେଣୁ ୧ ଟଙ୍କା ଫି ରଖାଯାଇଛି। ଅତି ଗରିବ ରୋଗୀଙ୍କ ରକ୍ତ, ମଳ, ମୂତ୍ର ଭଳି ପରୀକ୍ଷା ମଧ୍ୟ ମାଗଣାରେ କରିବା ପାଇଁ ଚେଷ୍ଟା କରିବି। ପ୍ରଥମ ଦିନରେ ୩୩ ଜଣ ରୋଗୀ ଆସିଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ମାଗଣାରେ ପରୀକ୍ଷା କରାଯାଇଥିଲା। ପରବର୍ତ୍ତୀ ସମୟରେ ଚିକିତ୍ସା ସମୟସୀମା ବୃଦ୍ଧି କରାଯିବ। ସକାଳ ୭ଟା ୩୦ ମିନିଟରୁ ୮ଟା ୩୦ ମିନିଟ ପର୍ଯ୍ୟନ୍ତ ସମୟ ରହିବ। ସ୍ତ୍ରୀ ଶିଖା ମଧ୍ୟ ସହଯୋଗ କରିବେ। ସେ ଓରାଲ ସର୍ଜରୀ ଉପରେ ଚିକିତ୍ସା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri