Posted inରାଜ୍ୟ

ବନ୍ଦ କୋଠରିରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର

ଉମରକୋଟ, ୩।୧: ଉମରକୋଟ ବ୍ଲକ ଅଧୀନ ମୂର୍ତ୍ତୁମା ପଞ୍ଚାୟତ ବଡ଼ଖଡକା ଗାଁରେ ରବିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ପୋଳିସ ଉଦ୍ଧାର କରିଛି। ମୃତକ ହେଲେ ଉକ୍ତ ଗାଁର ତୁଲେଶ୍ୱର ମାଝି(୩୦) ଓ ପାଖ ଗାଁର ଜଣେ ଯୁବତୀ। ପ୍ରକାଶ ଯେ, ତୁଲେଶ୍ୱର ୮ବର୍ଷ ତଳେ ବିବାହ କରିଥିଲେ। ତାଙ୍କର କୌଣସି ସନ୍ତାନ ନ ଥିଲା। ଇତିମଧ୍ୟରେ ଉମରକୋଟ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। କିଛିଦିନ ତଳେ ତୁଲେଶ୍ୱର ଓ ଯୁବତୀ ଜଣକ ଘର ଛାଡ଼ି ଚାଲି ଯାଇଥିଲେ। ଶନିବାର ସେମାନେ ବଡ଼ଖଡକା ଗାଁକୁ ଫେରିଥିଲେ। ଏହାଜାଣି ଯୁବତୀଙ୍କ ମା’ବାପା ରବିବାର ସକାଳେ ସେମାନେ ରହୁଥିବା ଘର ନିକଟରେ ପହଞ୍ଚତ୍ ଥିଲେ। ପରିବାର ଲୋକେ ଘର କବାଟ ବାଡ଼େଇଥିଲେ, ହେଲେ କେହି ଖୋଲି ନ ଥିଲେ। କବାଟ ଭାଙ୍ଗିବା ପରେ ଉଭୟଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ଏନେଇ ପରିବାର ଲୋକେ ଉମରକୋଟ ଥାନାକୁ ଖବର ଦେଇଥିଲେ। ଥାନା ଅଧିକାରୀ ନରେଶ କୁମାର ପ୍ରଧାନ ଘଟଣା ସ୍ଥଳରେ ପହଞ୍ଚତ୍ ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଠାଇଥିଲେ। ସୋମବାର ମୃତଦେହ ବ୍ୟବଚ୍ଛେଦ କରାଯିବ। ଏ ନେଇ ୨ଟି ଅପମୃତ୍ୟୁ ମାମଲା(ନଂ.୨/୨୧ ଓ ୩/୨୧) ରୁଜୁ ହୋଇଥିବା ଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Read more

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri