Posted inରାଜ୍ୟ

ବନ୍ଦ କୋଠରିରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର

ଉମରକୋଟ, ୩।୧: ଉମରକୋଟ ବ୍ଲକ ଅଧୀନ ମୂର୍ତ୍ତୁମା ପଞ୍ଚାୟତ ବଡ଼ଖଡକା ଗାଁରେ ରବିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ପୋଳିସ ଉଦ୍ଧାର କରିଛି। ମୃତକ ହେଲେ ଉକ୍ତ ଗାଁର ତୁଲେଶ୍ୱର ମାଝି(୩୦) ଓ ପାଖ ଗାଁର ଜଣେ ଯୁବତୀ। ପ୍ରକାଶ ଯେ, ତୁଲେଶ୍ୱର ୮ବର୍ଷ ତଳେ ବିବାହ କରିଥିଲେ। ତାଙ୍କର କୌଣସି ସନ୍ତାନ ନ ଥିଲା। ଇତିମଧ୍ୟରେ ଉମରକୋଟ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। କିଛିଦିନ ତଳେ ତୁଲେଶ୍ୱର ଓ ଯୁବତୀ ଜଣକ ଘର ଛାଡ଼ି ଚାଲି ଯାଇଥିଲେ। ଶନିବାର ସେମାନେ ବଡ଼ଖଡକା ଗାଁକୁ ଫେରିଥିଲେ। ଏହାଜାଣି ଯୁବତୀଙ୍କ ମା’ବାପା ରବିବାର ସକାଳେ ସେମାନେ ରହୁଥିବା ଘର ନିକଟରେ ପହଞ୍ଚତ୍ ଥିଲେ। ପରିବାର ଲୋକେ ଘର କବାଟ ବାଡ଼େଇଥିଲେ, ହେଲେ କେହି ଖୋଲି ନ ଥିଲେ। କବାଟ ଭାଙ୍ଗିବା ପରେ ଉଭୟଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ଏନେଇ ପରିବାର ଲୋକେ ଉମରକୋଟ ଥାନାକୁ ଖବର ଦେଇଥିଲେ। ଥାନା ଅଧିକାରୀ ନରେଶ କୁମାର ପ୍ରଧାନ ଘଟଣା ସ୍ଥଳରେ ପହଞ୍ଚତ୍ ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପଠାଇଥିଲେ। ସୋମବାର ମୃତଦେହ ବ୍ୟବଚ୍ଛେଦ କରାଯିବ। ଏ ନେଇ ୨ଟି ଅପମୃତ୍ୟୁ ମାମଲା(ନଂ.୨/୨୧ ଓ ୩/୨୧) ରୁଜୁ ହୋଇଥିବା ଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?