Posted inଫୁରସତ

ଦୌଡ଼ ପ୍ରତିଯୋଗିତାରେ ଦମ୍ପତିଙ୍କ କମାଲ

ଡେରାଡୁନ: ଛୋଟବେଳୁ ସମସ୍ତେ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ଅନେକ ପୁରସ୍କାର ଜିତିଥାନ୍ତି। ବୟସ ବଢିବା ସହିତ ସେଥିରେ କମି ଦେଖିବାକୁ ମିଳିଥାଏ। ହେଲେ ନିକଟରେ ଦମ୍ପତିଙ୍କୁ ୬୦ ବର୍ଷ ଅତିକ୍ରମ କରିଥିଲେ ମଧ୍ୟ ଛୋଟ ପିଲାଙ୍କ ପରି ପ୍ରତିଯୋଗିତାରେ ଭାଗ ନେଇଥିବା ଦେଖିବାକୁ ମିଳିଛି। ଉତ୍ତରାଖଣ୍ଡର ଅମଲୋରାରେ ରହୁଥିବା ଦମ୍ପତି ପୁରନ ଚନ୍ଦ୍ର ଭଟ୍ଟ ଓ ତାଙ୍କ ସ୍ତ୍ରୀ କମଳା ଭଟ୍ଟ ଉତ୍ତରାଖଣ୍ଡ ମାଷ୍ଟର ଆଥ୍‌ଲେଟ୍‌ସ ଆଣ୍ଡ ସ୍ପୋଟର୍‌ସ ଡେଭଲପମେଣ୍ଟ କମ୍ପିଟିଶନରେ ମେଡାଲ ଜିତିଛନ୍ତି। ପୁରନଙ୍କୁ ୭୨ ବର୍ଷ ହୋଇଥିବାବେଳେ କମଳାଙ୍କୁ ୬୨ବର୍ଷ। ସେମାନେ ରୁଦ୍ରପୁରରେ ହୋଇଥିବା ଏହି ପ୍ରତିଯୋଗିତାରେ ପ୍ରତିଭାର ପ୍ରଦର୍ଶନ କରିଥିଲେ। ପୁରନ ୫ କି.ମି. ଦୌଡ଼ ଏବଂ ୫କି.ମି. ଚାଲିବାରେ ସ୍ବର୍ଣ୍ଣ ପଦକ ଏବଂ ୮୦୦ ମିଟର ଦୌଡ଼ରେ ଗୋଟେ କାଂସ୍ୟ ପଦକ ଜିତିଛନ୍ତି। କମଳା ୪୦୦ ମିଟର, ୨୦୦ ମିଟର ଏବଂ ୧୦୦ ମିଟର ଦୌଡ଼ରେ ୩ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଉକ୍ତ ଦମ୍ପତିଙ୍କ ଏପରି କାମକୁ ସମସ୍ତେ ସଲାମ କରିଛନ୍ତି। ତେବେ ପୁରନ କହିଛନ୍ତି, ସେ ସବୁଦିନ ସକାଳେ ୬ କି.ମି. ଦୌଡ଼ନ୍ତି। କମଳା କହିଛନ୍ତି, ତାଙ୍କୁ ଯେତେବେଳେ ସମୟ ମିଳେ ସେ ମଧ୍ୟ ଏକ୍ସରସାଇଜ କରନ୍ତି। ମାସରେ ଦୁଇଥର ସେ ମଧ୍ୟ ଦୌଡ଼ିଥାନ୍ତି। ଦମ୍ପତିଙ୍କ କହିବା କଥା ସମସ୍ତେ ନିଜ ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଆବଶ୍ୟକ। ରୁଦ୍ରପୁରର ପ୍ରତିଯୋଗିତା ପରେ ହାଇଦ୍ରାବାଦରେ ଏହାର ଜାତୀୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଯେଉଁଥିରେ ଦମ୍ପତି ଭାଗ ନେବେ। ଏଥିପାଇଁ ସେମାନେ ପ୍ରସ୍ତୁତି ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri