Posted inଜାତୀୟ

କୋଲକାତା ବଳାତ୍କାର ହତ୍ୟା ମାମଲାରେ ସିବିଆଇକୁ କେଉଁ ନୂଆ ରିପୋର୍ଟ ମାଗିଲେ କୋର୍ଟ, ଜାଣନ୍ତୁ କେତେଦିନ ମିଳିଲା ସମୟ

ନୂଆଦିଲ୍ଲୀ,୯।୯: ସୁପ୍ରିମକୋର୍ଟରେ ସୋମବାର କୋଲକାତା ମାମଲାର ଶୁଣାଣି ଚାଲିଛି। ସୁପ୍ରିମକୋର୍ଟ ନିଜ ଆଡୁ ପ୍ରଥମ ଥର ପାଇଁ ଅଗଷ୍ଟ ୨୨ରେ କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ବଳାତ୍କାର ହତ୍ୟା ମାମଲାର ଶୁଣାଣି କରିଥିଲେ। ସୋମବାର ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରୁଛନ୍ତି। ବରିଷ୍ଠ ଓକିଲ କପିଲ ସିବଲ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଛନ୍ତି। ସେ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ପଶ୍ଚିମବଙ୍ଗ ସରକାର ଏକ ଷ୍ଟାଟସ ରିପୋର୍ଟ ଦାଖଲ କରିଛନ୍ତି। ଯେଉଁଥିରେ ସେ କହିଥିଲେ ଯେ ଯେତେବେଳେ ଡାକ୍ତରମାନେ ଧର୍ମଘଟରେ ଥିଲେ, ୨୩ରୋଗୀଙ୍କ ମୃତ୍ୟୁ ଘଟିଥିଲା।

ତେବେ କୋର୍ଟ ସିବିଆଇକୁ ନୂଆ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ କହିଥିବା କୁହାଯାଉଛି।
ସୂଚନାଯୋଗ୍ୟ, ଏହା ପୂର୍ବରୁ ସୁପ୍ରିମକୋର୍ଟରେ ହୋଇଥିବା ମାମଲାର ଶୁଣାଣିରେ ସୁପ୍ରିମକୋର୍ଟ ଏହି ଘଟଣାକୁ ଭୟଙ୍କର ବୋଲି କହିଥିଲେ। ଏହା ସହିତ ଡାକ୍ତର ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଏକ ପ୍ରୋଟୋକଲ ପ୍ରସ୍ତୁତ କରିବା ପାଇଁ ସୁପ୍ରିମକୋର୍ଟ ଏକ ୧୦ଜଣିଆ ନ୍ୟାଶନାଲ ଟାସ୍କ ଫୋର୍ସ ଗଠନ କରିବା ସହିତ ଅନେକ ନିର୍ଦ୍ଦେଶ ଦେଇଛନ୍ତି ।
ଅଗଷ୍ଟ ୨୨ରେ ସୁପ୍ରିମକୋର୍ଟରେ ହୋଇଥିବା ଶୁଣାଣି ସମୟରେ ଅସାଧାରଣ ମୃତ୍ୟୁ ମାମଲା ପଞ୍ଜିକରଣରେ ବିଳମ୍ବ ହେତୁ କୋର୍ଟ କୋଲକାତା ପୋଲିସକୁ ତାଗିଦ କରିଥିଲେ। ଏହା ସହିତ କୋର୍ଟ ମଧ୍ୟ ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନଙ୍କୁ କାମକୁ ଫେରିବା ପାଇଁ ଆବେଦନ କରିଥିଲେ, ସର୍ବୋଚ୍ଚ ନ୍ୟାୟାଳୟ କହିଥିଲେ ଯେ ‘ନ୍ୟାୟ ଏବଂ ଔଷଧ’କୁ ବନ୍ଦ କରାଯାଇ ପାରିବ ନାହିଁ। କଲିକତା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ସମଗ୍ର ମାମଲାର ତଦନ୍ତ କୋଲକାତା ପୋଲିସଠାରୁ ସିବିଆଇକୁ ହସ୍ତାନ୍ତର କରାଯାଇଥିଲା।
ସୂଚନାଯୋଗ୍ୟ, ଅଗଷ୍ଟ ୯ରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାସ୍ଥିତ ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ସେମିନାର ହଲ ଭିତରେ ଜଣେ ୩୧ବର୍ଷ ବୟସ୍କା ମହିଳା ତାଲିମପ୍ରାପ୍ତ ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିଲା। ଏହି ମାମଲାରେ ସଞ୍ଜୟ ରୟ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା। ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ପରେ ସାରା ଦେଶରେ ଉତ୍ତେଜନା ଦେଖାଦେଇଥିଲା ଏବଂ ଡାକ୍ତରମାନେ ଧର୍ମଘଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?