ତଦନ୍ତ ଅଗ୍ରଗତି ନେଇ ସନ୍ତୋଷ ବ୍ୟକ୍ତ କଲେ କୋର୍ଟ

କଟକ/ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ୫ବର୍ଷର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି)ର ତଦନ୍ତରେ ମଙ୍ଗଳବାର ହାଇକୋର୍ଟ ସନ୍ତୋଷ ପ୍ରକାଶ କରିଛନ୍ତି। ପଦ୍ମାଳୟା ମହାପାତ୍ର କରିଥିବା ଆବେଦନର ଭିଡିଓ କନ୍‌ଫରେନ୍ସ ଜରିଆରେ ଶୁଣାଣି କରି ମୁଖ୍ୟ ବିଚାରପତି ଏସ୍‌.ମୁରଲୀଧର ଏବଂ ବିଚାରପତି ସଞ୍ଜୁ ପଣ୍ଡାଙ୍କୁ ନେଇ ଗଠିତ ଖଣ୍ଡପୀଠଙ୍କ ନିକଟରେ ଶୁଣାଣି ହୋଇଥିଲା। ଏଥିରେ ଗତ ୩ଟି ତାରିଖରେ ଦାଖଲ କରାଯାଇଥିବା ଷ୍ଟାଟସ୍‌ ରିପୋର୍ଟ ଉପସ୍ଥାପନ କରାଯାଇଥିଲା। ଏସ୍‌ଆଇଟି ତଦନ୍ତର ଅଗ୍ରଗତି ଭଲ ରହିଛି ବୋଲି ଖଣ୍ଡପୀଠ ପ୍ରକାଶ କରିବା ସହ ମାର୍ଚ୍ଚ ୨୫ରେ ମାମଲାର ପରବର୍ତ୍ତୀ ଶୁଣାଣି କରିବାକୁ କହିଛନ୍ତି।
ପ୍ରକାଶ ଯେ, ପରୀ ମୃତ୍ୟୁ ମାମଲାରେ ଗତ ଡିସେମ୍ବର ୧୬ରେ ଏସ୍‌ଆଇଟି ପକ୍ଷରୁ ବନ୍ଦ ଲଫାପାରେ ତଦନ୍ତ ସଂକ୍ରାନ୍ତ ରିପୋର୍ଟ ହାଇକୋର୍ଟରେ ଦାଖଲ ହୋଇଥିଲା। ମଙ୍ଗଳବାର ହାଇକୋର୍ଟ ଉକ୍ତ ରିପୋର୍ଟକୁ ଖୋଲି ଦେଖିଥିଲେ। ପରେ ଉକ୍ତ ରିପୋର୍ଟକୁ ଜଉମୁଦ ଲଫାପାରେ ରଖିବା ଲାଗି ନିର୍ଦ୍ଦେଶ ଦେଇଥିଲେ। ତେବେ ଡିସେମ୍ବର ୨୪ରେ ହାଇକୋର୍ଟ ତଦନ୍ତର ସ୍ଥିତି ସଂକ୍ରାନ୍ତ ରିପୋର୍ଟ ମଙ୍ଗଳବାର ସୁଦ୍ଧା କୋର୍ଟରେ ଦାଖଲ କରିବାକୁ କହିଥିଲେ। ହେଲେ ଏସ୍‌ଆଇଟି ମଙ୍ଗଳବାର ହାଇକୋର୍ଟରେ ଏହି ରିପୋର୍ଟ ଦାଖଲ କରି ନ ପାରି ସମୟ ଲୋଡିଥିଲେ। ହାଇକୋର୍ଟ ଏହାକୁ ଗ୍ରହଣ କରି ମାମଲାର ଶୁଣାଣି ମାର୍ଚ୍ଚ ୨୫କୁ ଧାର୍ଯ୍ୟ କରିଛନ୍ତି। ସେହି ସମୟ ସୁଦ୍ଧା ଜବାବ ଦାଖଲ ଲାଗି ହାଇକୋର୍ଟ ଏସ୍‌ଆଇଟି ନିର୍ଦ୍ଦେଶ ଦେଇଛନ୍ତି। ପରୀ ମୃତ୍ୟୁ ମାମଲାରେ ଏକ ଉଚ୍ଚସ୍ତରୀୟ ତଦନ୍ତ ପ୍ରାର୍ଥନା କରି ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ଏହି ମାମଲାର ଶୁଣାଣି କରି ଏସ୍‌ଆଇଟିକୁ ତଦନ୍ତ ସଂକ୍ରାନ୍ତ ରିପୋର୍ଟ ଦାଖଲ ଲାଗି ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri