ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ

କଟକ,୭ା୨ (କାର୍ତ୍ତିକ ସାହୁ) ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରକଳ୍ପ ଚୟନ ଓ ସେଗୁଡ଼ିକର କାର୍ଯ୍ୟକାରିତା କ୍ଷେତ୍ରରେ ପଞ୍ଚାୟତର ନିର୍ବାଚିତ ଲୋକପ୍ରତିନିଧିଙ୍କର ସହଭାଗିତା ରହିବା ଉଚିତ ବୋଲି ମତ ଦେଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ତୃଣମୂଳ ସ୍ତରର ଉନ୍ନତି ପାଇଁ ଆରମ୍ଭ କରିଥିବା ଆମ ଓଡ଼ିଶା ନବୀନ ଓଡ଼ିଶା ପ୍ରକଳ୍ପକୁ ନେଇ ହାଇକୋର୍ଟରେ ରୁଜୁ ୪୧ଟି ମାମଲାର ଏକତ୍ର ଶୁଣାଣି ହୋଇଛି। ହାଇକୋର୍ଟର ବିଚାରପତି ବି. ପି. ରାଉତରାୟଙ୍କ ଅଦାଲତ ମାମଲାର ବିଚାର କରି ବୁଧବାର ରାୟ ପ୍ରକାଶ କରିଛନ୍ତି।
ପ୍ରକାଶ ଯେ, ଗ୍ରାମ୍ୟସ୍ତରରେ ଜନସାଧାରଣଙ୍କ ଉନ୍ନତି ଓ ବିକାଶ ନିମନ୍ତେ ରାଜ୍ୟ ସରକାର ଆରମ୍ଭ କରିଥିବା ଉପରୋକ୍ତ ଯୋଜନାଟି ସାମ୍ବିଧାନିକ ନିୟମ ଏବଂ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ ଅନୁଯାୟୀ କରାଯାଇଛି। ଅଦାଲତ ଯୋଜନାକୁ ଭଲ ଭାବେ ବିବେଚନା କରିବା ପରେ ଯୋଜନା ଅନ୍ତର୍ଗତ ପ୍ରକଳ୍ପ ଚୟନ, ଅନୁମୋଦନ, ଅର୍ଥ ପ୍ରଦାନ ଓ କାର୍ଯ୍ୟକାରିତା ଉପରେ କୌଣସି ହସ୍ତକ୍ଷେପ କରିବାକୁ ମନା କରିଦେଇଛନ୍ତି। ଅପରପକ୍ଷରେ ଆବେଦନକାରୀମାନେ ନିର୍ବାଚିତ ପ୍ରତିନିଧି ହୋଇଥିବା କାରଣରୁ ରାଜ୍ୟ ସରକାର ଗ୍ରାମ ପଞ୍ଚାୟତ ସ୍ତରରେ ସେମାନଙ୍କୁ ସ୍ଥାନୀୟ ଉନ୍ନତି ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ସାମିଲ କରିବା ଦିଗରେ ବିବେଚନା କରିପାରିବେ ବୋଲି ହାଇକୋର୍ଟ ରାୟରେ ଉଲ୍ଲେଖ କରି ସମସ୍ତ ମାମଲାର ଅନ୍ତ ଘଟାଇଛନ୍ତି।
ମାମଲାର ବିବରଣୀ ଅନୁସାରେ, ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଲୋକ ପ୍ରତିନିଧିମାନଙ୍କୁ ଉପେକ୍ଷା କରାଯାଉଥିବା ନେଇ କେତେକ ସରପଞ୍ଚ ଓ ଓ୍ବାର୍ଡମେମ୍ବର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏ ସଂକ୍ରାନ୍ତରେ ରାଜ୍ୟର ବିଭିନ୍ନ ସ୍ଥାନରୁ ୪୧ଟି ମାମଲା ହାଇକୋର୍ଟରେ ରୁଜୁ ହୋଇଥିଲା। ତୃଣମୂଳ ସ୍ତରରେ ବିକାଶରେ ଲୋକ ପ୍ରତିନିଧିଙ୍କୁ କରାଯିବା ପଞ୍ଚାୟତିରାଜ ଆଇନରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି। ମାତ୍ର ସେମାନଙ୍କୁ ଉପେକ୍ଷା କରି ଗତ ବର୍ଷ ଜୁଲାଇ ୧୧ରେ ରାଜ୍ୟ ସରକାର ଏକ ବିଧେୟକ ଆଣି ଆମ ଓଡ଼ିଶା ନବୀନ ଓଡ଼ିଶା ନାମକ ଯୋଜନାକୁ ବିଧିବଦ୍ଧ ଭାବେ ଆରମ୍ଭ କରିଥିଲେ। ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଏହି ଅନୁଦାନରେ ପଞ୍ଚାୟତର ସାଂସ୍କୃତିକ ଓ ପାରମ୍ପରିକ ଭିତ୍ତିଭୂମିର ବିକାଶ ସହ ଉନ୍ନତିକରଣ କରାଯିବ। ତନ୍ମଧ୍ୟରୁ ୧୦ ଲକ୍ଷ ଟଙ୍କା ଜଗନ୍ନାଥ ସଂସ୍କୃତିର ପ୍ରଚାର, ପ୍ରସାର କରିବା, ଭାଗବତ ଟୁଙ୍ଗିର ପୁନରୁଦ୍ଧାର କରିବା, ସଭାଗୃହ ନିର୍ମାଣ କରିବା ଆଦି କାର୍ଯ୍ୟ ଅନ୍ତର୍ଭୁକ୍ତ ରହିଛି। ମାତ୍ର ନିର୍ବାଚିତ ଜନପ୍ରତିନିଧି ସରପଞ୍ଚ, ସମିତିସଭ୍ୟ ପ୍ରମୁଖଙ୍କୁ ଏହି ଯୋଜନାରେ ଉପେକ୍ଷା କରାଯାଇଛି। ସରକାରୀ ଅଧିକାରୀ ସମ୍ପୂର୍ଣ୍ଣ ପ୍ରକଳ୍ପ ଚୟନ କରିବେ ଓ ତାଙ୍କ ଦ୍ୱାରା ସ୍ଥିରିକୃତ ଠିକାଦାର ଏହି କାର୍ଯ୍ୟ କରିବେ ବୋଲି ଉଲ୍ଲେଖ ରହିଛି। ଏହାକୁ ବିରୋଧ କରି ନିର୍ବାଚିତ ଲୋକ ପ୍ରତିନିଧିମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ୨ ଦିନ ହେବ ଶୋଇ ପାରି ନାହାଁନ୍ତି ଏହି ଗାୟିକା, କାହିଁକି? କହିଲେ ଏହାର କାରଣ

ନୂଆଦିଲ୍ଲୀ,୮।୩: ରବିବାରି, ୮ ମାର୍ଚ୍ଚରେ, ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଗାୟିକା ଫାଲଗୁନି ପାଠକ ସମାପନ ଉତ୍ସବରେ…

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

‘ଓ୍ବାର୍ଲଡ କପ ଆମର’, କିଏ ଆଉ କାହିଁକି କହିଲେ ଏମିତି? ଫାଇନାଲ ମ୍ୟାଚ ପୂର୍ବରୁ ଚର୍ଚ୍ଚାରେ ଏହି ବୟାନ

ନୂଆଦିଲ୍ଲୀ,୮।୩: ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସା ୭ଟାରୁ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବେପରୁଆ ନୀତି : ବିଭାଗକୁ ସିଧା ସଳଖ ଦାୟୀ

ଗଞ୍ଜାମ,୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଐତିହାସିକ ଦୋଳ ପୂର୍ଣ୍ଣମୀ ଯାତ୍ରା ସମାପନ ହେବା ପରେ ଆରମ୍ଭ ହୋଇଛି ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରା । ପ୍ରତି ବର୍ଷ ଭଳି…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri