ବାର୍‌ହା ଭାବି ସମ୍ପର୍କୀୟ ଶ୍ୱଶୁରଙ୍କୁ ଗୁଳି

ବଇଣ୍ଡା,୫ା୮(ପରିକ୍ଷିତ ସାହୁ):ଜଙ୍ଗଲକୁ ଶିକାର ପାଇଁ ଯାଇଥିବା ବେଳେ ଘଟିଛି ଅଘଟଣ। ଛତୁ ତୋଳିସାରି ବୁଦା ଭିତରୁ ବାହାରି ଆସୁଥିବା ସମ୍ପର୍କୀୟ ଶ୍ୱଶୁରଙ୍କୁ ବାର୍‌ହା ଭାବି ଗୁଳି ଚଳାଇଛନ୍ତି ଜ୍ୱାଇଁ। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତଲେଇପଥର ଜଙ୍ଗଲରେ ରବିବାର ଭୋର ସମୟରେ ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଗୁରୁତର ସମ୍ପର୍କୀୟ ଶ୍ୱଶୁରଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ ହୋଇ ନ ଥିଲେ ମଧ୍ୟ ଖବରପାଇ ପୋଲିସ ସମ୍ପର୍କୀୟ ଜ୍ୱାଇଁଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି।
ପୋଲିସ କହିଛି, ଚିନ୍ତାମଣିପୁର ଗ୍ରାମର ସୁବଳ ନାୟକ ଓ ଜନକପୁର ଗ୍ରାମର ସମ୍ପର୍କୀୟ ଶ୍ୱଶୁର ଧ୍ରୁବ ଚରଣ ନାୟକ ତଲେଇପଥର ଜଙ୍ଗଲକୁ ଶନିବାର ରାତିରେ ବାର୍‌ହା ଶିକାର କରିବା ପାଇଁ ଯାଇଥିଲେ। ରାତି ତମାମ ଜଙ୍ଗଲରେ ଦେଶୀ ବନ୍ଧୁକ ଧରି ବୁଲିଥିବା ବେଳେ ବାର୍‌ହା ଶିକାର କରିପାରି ନ ଥିଲେ। ରବିବାର ଭୋର ସମୟରେ ଧ୍ରୁବ ଏକ ନଟି ବୁଦାକୁ ଯାଇ ଛତୁ ସଂଗ୍ରହ କରୁଥିଲେ। ତେବେ ସେ ବୁଦା ଭିତରୁ ବାହାରକୁ ଆସୁଥିବା ବେଳେ ଦୂରରେ ଥିବା ସୁବଳ ବାର୍‌ହା ଭାବି ଗୁଳି କରିଥିଲେ। ଗୁଳିଟି ଧ୍ରୁବଙ୍କ ବାମ ଗୋଡରେ ବାଜିବାରୁ ସେ ଚିତ୍କାର କରିଥିଲେ। ଗୁରୁତର ଅବସ୍ଥାରେ ଧ୍ରୁବଙ୍କୁ ଧରି ସୁବଳ ଗଁାରେ ପହଞ୍ଚିବା ପରେ ପରିବାର ଲୋକଙ୍କ ଜରିଆରେ ଆଠମଲ୍ଲିକ ଡାକ୍ତରଖାନା ନିଆଯାଇଥିଲା। ପରେ ତାଙ୍କୁ ସେଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିଲା। ଘଟଣା ନେଇ ଧ୍ରୁବଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇ ନ ଥିଲେ ମଧ୍ୟ ଖବରପାଇ ପୋଲିସ ସୁବଳଙ୍କୁ ଥାନାକୁ ଉଠାଇ ନେଇଛି। ପୋଲିସ ନିଜଆଡ଼ୁ ମାମଲା ରୁଜୁ କରି ତଦନ୍ତ କରିବ ବୋଲି ଆଇଆଇସି ନଟବର ନନ୍ଦ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଧଣ୍ଡାତୋପା ଜଙ୍ଗଲରେ କିଛି ମାସ ହେବ ଶିକାର ବଢ଼ି ଚାଲିଥିବା ବେଳେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ କରାଯାଉ ନ ଥିବା ତଲେଇପଥର ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?