ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶାରେ ପୁଣି କଡ଼ାକଡ଼ି ହେବ କୋଭିଡ୍‌ ନିୟମ। ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ିବା ସହ ଲକ୍‌ଡାଉନ୍‌ ସ୍ଥିତି ଉପୁଜିବା ପରେ ଓଡ଼ିଶାରେ ମଧ୍ୟ ଛନକା ପଶିଛି। ବର୍ତ୍ତମାନ ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଥିଲେ ମଧ୍ୟ ମହାରାଷ୍ଟ୍ର ଭଳି ପରିସ୍ଥିତି ଯେପରି ନ ଉପୁଜିବ ସେଥିପାଇଁ ରାଜ୍ୟ ସରକାର ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ପୋଲିସ କମିଶନର, ଜିଲା ଚିକିତ୍ସାଧିକାରୀ, ଡିସିପି ଓ ଏସ୍‌ପିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ଏଣିକି ସବୁ ଜିଲାରେ କୋଭିଡ୍‌ ନିୟମ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ନିୟମ ଅନୁସାରେ ଯଥେଷ୍ଟ କରୋନା ଟେଷ୍ଟିଂ ଉପରେ ମଧ୍ୟ ଗୁରୁତ୍ୱ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ଅନ୍ୟପଟେ ଜନଗହଳି ସ୍ଥାନ ଯେପରିକି ମାର୍କେଟ୍‌, ଧର୍ମାନୁଷ୍ଠାନରେ ଭିଡ଼ କମାଇବାକୁ କୁହାଯାଇଛି। ଏସବୁ ସ୍ଥାନକୁ ଅଧିକ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି।
ଉଲ୍ଲେଯୋଗ୍ୟ, ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ି ଚାଲିଛି। ସ୍ଥିତିକୁ ଦୃଷ୍ଟିରେ ରଖି ଗତ ଗୁରୁବାର ଦୁଇଟି ଜିଲାକୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଓଡ଼ିଶାରେ ସେଭଳି ସ୍ଥିତି ନ ଆସିବା ପାଇଁ କୋଭିଡ୍‌ ନିୟମ କଡ଼ାକଡ଼ି କରିବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri