ଆଜିଠୁ ପୁଣି କୋଭିଡ୍‌ ଟିକାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ରାଜ୍ୟରେ ଗୁରୁବାରଠାରୁ ପୁଣି କୋଭିଡ୍‌ ଟିକାକରଣ ଆରମ୍ଭ ହେବ। ରାଜ୍ୟର ସମସ୍ତ ଜିଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଟିକା ଦିଆଯିବ। ଯେଉଁମାନେ ଦ୍ୱିତୀୟ ଓ ପ୍ରିକଶନ୍‌ ଡୋଜ୍‌ ବା ବୁଷ୍ଟର ଡୋଜ୍‌ ନେଇ ନାହାନ୍ତି, ସେମାନେ ଏହି ଟିକା ନେଇପାରିବେ। ଏହି ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ କେବଳ କୋଭିଶିଲ୍ଡ ଟିକା ଉପଲବ୍ଧ ହେବ। ସକାଳ ୧୦ଟାରୁ ଅପରାହ୍ନ ୨ଟା ଏବଂ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଟିକାକରଣ ଚାଲିବ। ହିତାଧିକାରୀମାନେ ଟିକାକରଣ କେନ୍ଦ୍ରକୁ ଯାଇ ନାମ ପଞ୍ଜୀକରଣ କରି ଟିକା ନେଇପାରିବେ। ସେପଟେ ଟିକାକରଣ ପାଇଁ ଓଡ଼ିଶାକୁ ୧ଲକ୍ଷ କୋଭିଶିଲ୍ଡ ଟିକା ଆସିବା ପରେ ସବୁ ଜିଲାକୁ ବଣ୍ଟନ କରାଯାଇଛି। ଲୋକେ ଟିକାକରଣର ସୁଯୋଗ ଉଠାଇବା ସହ କରୋନାରୁ ସୁରକ୍ଷିତ ରହିବା ନିମନ୍ତେ ଏହି ଅଭିଯାନରେ ସାମିଲ ହେବାକୁ ସ୍ବାସ୍ଥ୍ୟ ବିଭାଗ ଅନୁରୋଧ କରିଛିି। ସୂଚନାଯୋଗ୍ୟ, ଓଡ଼ିଶାରେ ୧.୯୩ କୋଟି ଲୋକ (୫୯%) ବୁଷ୍ଟର ଡୋଜ୍‌ ଟିକା ନେଇନାହାନ୍ତି। ଓଡ଼ିଶାକୁ ଆବଶ୍ୟକ କରୋନା ଟିକା ଯୋଗାଇ ଦେବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସଚିବ ଶାଳିନୀ ପଣ୍ଡିତ ଗତ ଡିସେମ୍ବର ୨୩ରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଏବଂ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗତ ୨୯ରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନ୍‌ସୁଖ ମାଣ୍ଡଭ୍ୟଙ୍କୁ ଚିଠି ଲେଖିଥିଲେ। ଏହି କ୍ରମରେ ଜାତୀୟ ଟିକାକରଣ କାର୍ଯ୍ୟକ୍ରମରେ ଓଡ଼ିଶାକୁ ୧ଲକ୍ଷ କୋଭିଶିଲ୍ଡ ଟିକା ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri