ସରିଯିବ କୋଭିଶିଲ୍ଡ ଟିକା

ଭୁବନେଶ୍ୱର, ୧୯।୭(ବ୍ୟୁରୋ):କରୋନା ପ୍ରତିଷେଧକ ଭାବେ ରାଜ୍ୟରେ ବ୍ୟବହାର କରାଯାଉଥିବା କୋଭିଶିଲ୍ଡ ଟିକା ଆସନ୍ତା ଦୁଇତିନି ଦିନ ଭିତରେ ସରିଯିବ। ସବୁ ଜିଲାରେ କମ୍‌ ସଂଖ୍ୟକ କୋଭିଶିଲ୍ଡ ଟିକା ମହଜୁଦ ଥିବାବେଳେ ରାଜ୍ୟରେ ମାତ୍ର ୨ ଲକ୍ଷ ୨୧ ହଜାର ଡୋଜ୍‌ ରହିଛି। ପୂର୍ବରୁ ଭୁବନେଶ୍ୱର, କଟକ, ବ୍ରହ୍ମପୁରକୁ ବାଦ୍‌ଦେଲେ ବାକିସବୁ ସ୍ଥାନରେ କୋଭିଶିଲ୍ଡ ଟିକା ଦିଆଯାଉଥିଲା। ଏବେ ପ୍ରିକଶନ ବା ବୁଷ୍ଟର ଡୋଜ୍‌ ପାଇଁ ଅଧିକ କୋଭିଶିଲ୍ଡ ଟିକା ଆବଶ୍ୟକ ହେଉଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ଟିକାକରଣ ରାଜ୍ୟ ନୋଡାଲ ଅଫିସର ଡା. ବିଜୟ ପାଣିଗ୍ରାହୀ କହିଛନ୍ତି।
ଗୋଟିଏ ପଟେ ସଂକ୍ରମଣ ବଢ଼ୁଥିବାବେଳେ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଅନ୍ୟପଟେ ଟିକା ଶେଷ ହୋଇଯିବା ମଧ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଗତ ୧୫ ତାରିଖରୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଥିବାରୁ ଏବେ ଟିକାକରଣ ପାଇଁ ସବୁ କେନ୍ଦ୍ରରେ ଭିଡ଼ ଦେଖାଯାଉଛି। ତେଣୁ କୋଭିଶିଲ୍ଡର ଆବଶ୍ୟକତା ମଧ୍ୟ ବଢ଼ିଯାଇଛି। ଏ ସମ୍ପର୍କରେ ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି, କୋଭିଶିଲ୍ଡ ଟିକା ଧୀରେ ଧୀରେ ସରିଆସିଲାଣି। କିନ୍ତୁ ରାଜ୍ୟରେ ପ୍ରାୟ ୭ ଲକ୍ଷ ଡୋଜ କୋଭାକ୍ସିନ ଟିକା ମହଜୁଦ ଅଛି। ତେଣୁ ପର୍ଯ୍ୟାପ୍ତ ପରିମାଣର କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଯୋଗାଇ ଦେବାକୁ କେନ୍ଦ୍ରକୁ ଚିଠି ଲେଖାଯାଇଛି।
ସେପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ମଧ୍ୟରେ ୮୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୧୮ ରହିଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହାକୁ ମିଶାଇଲେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯,୯୨୮କୁ ବୃଦ୍ଧି ପାଇଛି। କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ବଢୁଛି। ସ୍ଥିତି ଉପରେ ନଜର ରଖିବା ସହ ଟେଷ୍ଟିଂ ବଢ଼ାଇବାକୁ ଜିଲାପାଳ ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ କୁହାଯାଇଛି। ଆବଶ୍ୟକସ୍ଥଳେ ବେଡ୍‌ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଥମ ଓ ଦ୍ୱିତୀୟ ଲହର ମୁକାବିଲାରେ ଯେପରି ସଫଳ ହୋଇଥିଲୁ, ସେପରି ସଫଳ ହେବୁ। ମୁଖ୍ୟମନ୍ତ୍ରୀ ରାଜ୍ୟରେ କରୋନା ସ୍ଥିତିର ତଦାରଖ କରୁଛନ୍ତି। ସେହିପରି ଓଡ଼ିଶା ରାଜ୍ୟ ଔଷଧ ନିଗମକୁ ମେଡିସିନ ମହଜୁଦ ରଖିବା ପାଇଁ କୁହାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri