Posted inଫୁରସତ

ଗାଈ-ବାଛୁରୀଙ୍କ ଗୁପ୍‌ଚୁପ୍‌ ଖିଆ, ଭିଡିଓ ଦେଖିଲେ…

ଗୁପ୍‌ଚୁପ୍‌ ଏମିତି ଏକ ପାଟି ସୁଆଦିଆ ଜିନିଷ ଯାହାକୁ ଅଧିକାଂଶ ଲୋକ ମଜାର ସହିତ ଖାଇବାକୁ ପସନ୍ଦ କରିଥାନ୍ତି। ମହିଳା ହୁଅନ୍ତି କି ପୁରୁଷ, ସମସ୍ତେ ପ୍ରାୟ ଗୁପ୍‌ଚୁପ୍‌ ଖାଇଥାନ୍ତି। କିନ୍ତୁ ମହିଳାମାନଙ୍କର ସବୁଠାରୁ ବଡ଼ ଦୁର୍ବଳତା ହେଉଛି ମସଲାଯୁକ୍ତ ଗୁପ୍‌ଚୁପ୍‌। ଗୁପ୍‌ଚୁପ୍‌ ଦେଖିଲେ ସେମାନଙ୍କ ପାଟିରୁ ଲାଳ ଗଡ଼ିଆସେ। କିନ୍ତୁ ଏହା କେବଳ ମଣିଷମାନଙ୍କ କ୍ଷେତ୍ରରେ ନୁହେଁ, ଏପରି ଅନେକ ପ୍ରାଣୀ ଅଛନ୍ତି, ଯେଉଁମାନେ ଗୁପ୍‌ଚୁପ୍‌ ଦେଖିବା ପରେ ନିଜକୁ ଅଟକାଇ ପାରନ୍ତି ନାହିଁ। ସେହିଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଗୋଟିଏ ଗାଈ ଏବଂ ବାଛୁରୀ ଏକାଠି ଗୁପ୍‌ଚୁପ୍‌ ଖାଉଥିବା ଦେଖିବାକୁ ମିଳିଛି। ଗାଈ-ବାଛୁରୀଙ୍କ ଗୁପ୍‌ଚୁପ୍‌ ଖିଆ ଦେଖି ଡେପୁଟି କଲେକ୍ଟର ସଞ୍ଜୟ କୁମାର ଭିଡିଓଟିକୁ ତାଙ୍କ ଟୁଇଟର ପେଜ୍‌ରେ ଶେୟାର କରିଛନ୍ତି।

 

ଗାଈ-ବାଛୁରୀ ଏକ ଗୁପ୍‌ଚୁପ୍‌ ଠେଲା ପାଖରେ ଠିଆ ହୋଇ ଗୋଟିଏ ପରେ ଗୋଟିଏ ଗୁପ୍‌ଚୁପ୍‌ ବେଶ୍‌ ଆନନ୍ଦର ସହ ଖାଉଛନ୍ତି। ଏହା ଦେଖି ଲୋକମାନେ ମଧ୍ୟ ଖୁସି ହୋଇଛନ୍ତି।

ଏହି ଭିଡିଓକୁ ୧.୮୦ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ୮ ହଜାରରୁ ଅଧିକ ଲୋକ ଲାଇକ୍‌ ବି କରିଛନ୍ତି। ଜଣେ ୟୁଜର କହିଛନ୍ତି, କାହା ବାଡ଼ିରେ ପଶି ଖାଇବା ଅପେକ୍ଷା ଗୁପ୍‌ଚୁପ୍‌ ଖାଇବା ଭଲ। ସେହିପରି ଆଉ ଜଣେ ୟୁଜର ଲେଖିଛନ୍ତି, ଘାସ, କୁଟା ଖାଇ ଖାଇ ବିରକ୍ତ ହୋଇଗଲେଣି। ତେଣୁ ଗୁପ୍‌ଚୁପ୍‌ର ମଜା ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri