୨୨ରେ ବିଦ୍ୟୁତ୍‌ ଅଫିସ ଘେରିବ ସିପିଆଇ

ଭୁବନେଶ୍ୱର,୪।୪ (ବ୍ୟୁରୋ): ରାଜ୍ୟରେ ଦେଖାଦେଇଥିବା ବିଦ୍ୟୁତ୍‌ ବିଭ୍ରାଟର ପ୍ରତିବାଦ ସ୍ବରୂପ ଆସନ୍ତା ୨୨ ତାରିଖରେ ସିପିଆଇ ପକ୍ଷରୁ ରାଜ୍ୟର ସମସ୍ତ ବିଦ୍ୟୁତ୍‌ ଅଫିସ୍‌ ଘେରାଉ କରାଯିବ। ଏ ନେଇ ରବିବାର ପାର୍ଟିର ରାଜ୍ୟ ମୁଖ୍ୟାଳୟ ଭଗବତୀ ଭବନଠାରେ ରମଣୀରଞ୍ଜନ ରାଉତରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ରାଜ୍ୟ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥିସହ ବିଦ୍ୟୁତ୍‌ ବିଭ୍ରାଟର ପ୍ରତିକାର ଓ ସବୁ ପରିବାରକୁ ୨୦୦ ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ଯୋଗାଣ ଦାବି କରାଯାଇଛି। ରମଣୀ ରଞ୍ଜନ କହିଛନ୍ତି, ରାଜ୍ୟର ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ଟାଟା କମ୍ପାନୀକୁ ଦିଆଯିବା ପରେ ଇଷ୍ଟ ଇଣ୍ଡିଆ କମ୍ପାନୀର ମେରୀ ରାୟ ଶାସନ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ବିଦ୍ୟୁତ୍‌ ଗ୍ରାହକଙ୍କ ପାଖକୁ ମନଇଚ୍ଛା ୫ଗୁଣ ୧୦ଗୁଣ ଅଧିକ ବିଲ୍‌ ଆସୁଛି। ଅଭିଯୋଗ କଲେ ଶୁଣିବାକୁ କେହି ନାହିଁ। ଗୋଟିଏ ଗୋଟିଏ ଗଁାରେ ସପ୍ତାହ ସପ୍ତାହ ଧରି ଲାଇନ କାଟି ଦିଆଯାଉଛି। ଅଘୋଷିତ ବିଦ୍ୟୁତ୍‌ କାଟ ସାଙ୍ଗକୁ ଲୋ ଭୋଲ୍‌ଟେଜ ବିଷମ ପରିସ୍ଥିତି ସୃଷ୍ଟି କରିଛି। ଏସବୁର ପ୍ରତିକାର ସହିତ ବିଦ୍ୟୁତ୍‌ ଏକ ଅତ୍ୟାବଶ୍ୟକ ସେବା ହୋଇଥିବାରୁ ରାଜ୍ୟ ସରକାର ପ୍ରତି ପରିବାରକୁ ୨୦୦ ୟୁନିଟ୍‌ ମାଗଣା ବିଜୁଳି ଯୋଗାଇବା ପାଇଁ ସିପିଆଇ ଦାବି କରୁଥିବା ସେ କହିଛନ୍ତି। ଅପରପକ୍ଷେ ଡିଜେଲ, ପେଟ୍ରୋଲ, ରନ୍ଧନ ଗ୍ୟାସ୍‌ ଓ ଅତ୍ୟାବଶ୍ୟକ ଜିନିଷପତ୍ରର ଆକାଶଛୁଆଁ ଦରବୃଦ୍ଧି ବିରୋଧରେ ସିପିଆଇର କେନ୍ଦ୍ରୀୟ କମିଟି ପକ୍ଷରୁ ଏପ୍ରିଲ ୪ରୁ ୧୦ ପର୍ଯ୍ୟନ୍ତ ଦେଶବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ପେଟ୍ରୋଲ ପମ୍ପ ଓ କେନ୍ଦ୍ର ସରକାରୀ ଅଫିସ୍‌ ସମ୍ମୁଖରେ ବିକ୍ଷୋଭ ହେବ ବୋଲି ସୂଚନା ଦିଆଯାଇଛି।
ସିପିଆଇର ରାଜ୍ୟ ସମ୍ପାଦକ ଆଶିଷ କାନୁନ୍‌ଗୋ ତ୍ରିସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନର ସମୀକ୍ଷା ରିପୋର୍ଟ, ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ ରାମକୃଷ୍ଣ ପଣ୍ଡା ଜାତୀୟ ପରିଷଦ ରିପୋର୍ଟ, ଅଭୟ ସାହୁ ଆନ୍ଦୋଳନର କାର୍ଯ୍ୟକ୍ରମ ଉପସ୍ଥାପିତ କରିଥିଲେ। ଜାତୀୟ କାର୍ଯ୍ୟକାରିଣୀ ସଭ୍ୟ ଦିବାକର ନାୟକ, ରାଜ୍ୟ ସହସମ୍ପାଦକ କ୍ଷୀରୋଦ ସିଂହଦେଓ, ସମ୍ପାଦକମଣ୍ଡଳୀ ସଭ୍ୟ ପ୍ରଶାନ୍ତ ପାଟ୍ଟଯୋଷୀ ପ୍ରମୁଖ ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri