ପୋତାହେଲା ଲକ୍ଷାଧିକ ଟଙ୍କାର ବାଣ, ବେଆଇନ ଭାବେ ଗଚ୍ଛିତ ରଖି…

ଗଞ୍ଜାମ,୧୮ା୯(ଅଖିଳ ତରାଇ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ଗ୍ରାମରେ ବେଆଇନ ଭାବେ ଗଚ୍ଛିତ ଥିବା ଲକ୍ଷାଧିକ ଟଙ୍କାର ବାଣ ସାମଗ୍ରୀକୁ ପୋଲିସ ଜବତ କରିବା ପରେ ଏହାକୁ ନଷ୍ଟ କରିଦିଆଯାଇଛି। ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ମାନ୍ୟବର କୋର୍ଟର ନିୟମାନୁସାରେ ରାମଗଡ଼ ପଞ୍ଚାୟତସ୍ଥିତ ବନ୍ଧୁକ ଟ୍ରେନିଂ ସେଣ୍ଟର ପାଖରେ ଜେସିବି ସାହାଯ୍ୟରେ ଗାତ ଖୋଳି ଏହି ବାଣଗୁଡ଼ିକୁ ପୋତାଯାଇଛି। ଏହି କାର୍ଯ୍ୟରେ ଛତ୍ରପୁର ଏସ୍‌ଡିପିଓ ଚନ୍ଦନ କୁମାର ଘଡ଼େଇଙ୍କ ନେତୃତ୍ୱରେ ଅନ୍ୟାନ୍ୟ ଅଧିକାରୀମାନେ ସାମିଲ ହୋଇଥିଲେ।

ପ୍ରକାଶ ଥାଉକି, ଛତ୍ରପୁର ଥାନା ପୋଲିସ ଓ ମାଜିଷ୍ଟ୍ରେଟ୍‌ଙ୍କ ମିଳିତ ଚଢ଼ାଉରେ ସୁନ୍ଦରପୁର ଗ୍ରାମର ଟାଓ୍ବାରସାହିର ପପୁନ ପାତ୍ରଙ୍କ ତିନୋଟି ଘରରୁ ଏହି ବେଆଇନ ବାଣ ଜବତ କରାଯାଇଥିଲା। ଗୋଟିଏ ଘରର ତାଲା ଭଙ୍ଗାଯାଇ ଅନୁସନ୍ଧାନ କରାଯାଇଥିଲା। ଚଢ଼ାଉ ଦଳରେ ଏସ୍‌ଡିପିଓ ଚନ୍ଦନ ଘଡ଼େଇ, ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ, ଅତିରିକ୍ତ ତହସିଲଦାର ଏନ. ରବି ପ୍ରଧାନ ଏବଂ ପୋଲିସ ଫାର୍ସ ସାମିଲ ଥିଲେ। ଜବତ ବାଣର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କାରୁ ଅଧିକ ହୋଇଥିବା କୁହାଯାଉଛି।
ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ବେଆଇନ ବାଣ ବ୍ୟବସାୟର ବ୍ୟାପକତାକୁ ଉଜାଗର କରିଛି। ପୋଲିସ କହିଛି ଯେ, ଏହିପରି କାର୍ଯ୍ୟାନୁଷ୍ଠାନ ଜାରି ରହିବ ଏବଂ ବେଆଇନ କାର୍ଯ୍ୟକଳାପରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର ପଦକ୍ଷେପ ନିଆଯିବ। ସ୍ଥାନୀୟ ବାସିନ୍ଦାମାନେ ଏହି କାର୍ଯ୍ୟକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri