ଶାଗୁଣା ଘାଇ ନଦୀପଠାର ଫାଟ ବୃଦ୍ଧି ପାଉଛି

ଡେରାବିଶ, ୧୧ା୧୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବିରୂପା ନଦୀର ତ୍ରିପୁରାରିପୁର (ଘଣ୍ଟପଦା)ଠାରେ ଥିବା ଶାଗୁଣା ଘାଇ ନିକଟରେ ଗତ ୩ ତାରିଖରେ ନଦୀପଠାରେ ୧୦୦ ଫୁଟ ଲମ୍ବ, ୧୫ ଫୁଟ ଗଭୀରର ଏକ ଫାଟ ସୃଷ୍ଟି ହୋଇଥିଲା। ଖବରପାଇ କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗର କର୍ତ୍ତୃପକ୍ଷ ଘଟଣାସ୍ଥଳକୁ ଯାଇ ତଦାରଖ କରିଥିଲେ। ଗତ ୪ ତାରିଖଠାରୁ ଏହି ଫାଟ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଥିଲା। ୫ ତାରିଖରେ ଘଟଣାସ୍ଥଳକୁ ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ ରୋହିତ କୁମାର ସେଠୀ, ଅଧୀକ୍ଷଣ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ରାୟ ଘଟଣାସ୍ଥଳକୁ ଯାଇ ତଦାରଖ କରିବା ସହ ନଦୀପଠାର ଫାଟ ବନ୍ଦ କରିବା ପାଇଁ ତୁରନ୍ତ ଏଷ୍ଟିମେଟ୍‌ କରି ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ମୁଖ୍ୟଯନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏବେ ମଧ୍ୟ ନଦୀପଠାରେ ଫାଟ ବୃଦ୍ଧି ପାଇବାରେ ଲାଗିଛି। ରବିବାର ଅପରାହ୍ନରେ ଏହି ଫାଟର ଲମ୍ବ ୨୦୦ ଫୁଟରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ୩୦ ଫୁଟ ଓସାର ଓ ୨୫ ଫୁଟର ଗଭୀର ହୋଇ ପଠାରୁ ଅତଡ଼ା ଖସିବାରେ ଲାଗିଥିବା ଘଣ୍ଟପଦା ଗ୍ରାମର ପ୍ରଫୁଲ୍ଲ କୁମାର ସିଂ କହିଛନ୍ତି। ଏହି ଫାଟ ନଦୀବନ୍ଧଠାରୁ ୫୦ ଫୁଟ ଦୂରରେ ରହିଛି। ଫାଟଟି କ୍ରମଶଃ ବନ୍ଧର ନିକଟତର ହେଉଥିବା ବେଳେ ସାଧାରଣରେ ଆତଙ୍କ ଖେଳିଯାଇଛି। ରବିବାର ଡେରାବିଶ ବ୍ଲକ ଉପାଧ୍ୟକ୍ଷ ଦେବାଶିଷ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଏହି ଫାଟସ୍ଥଳ ପରିଦର୍ଶନ କରି ଜିଲା ପ୍ରଶାସନ ସହ ଆଲୋଚନା କରିଛନ୍ତି। ଫାଟ ବୃଦ୍ଧି ସମ୍ପର୍କରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାୟଙ୍କୁ ପଚାରିବାରେ ନଦୀରେ ଫାଟ ସୃଷ୍ଟି ହେଉଥିବା ସ୍ଥାନରେ ୧୧ଟି ସ୍ପର୍‌ ନିର୍ମାଣ କରାଯାଇଛି। ଅଧିକ ସ୍ପର୍‌ ନିର୍ମାଣ ପାଇଁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏଷ୍ଟିମେଟ୍‌ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ଜାପାନ ଭୂକମ୍ପରେ ୩୩ ଆହତ, ପ୍ରଧାନମନ୍ତ୍ରୀ ଗଠନ କଲେ ଏମରଜେନ୍ସି ଟାସ୍କ ଫୋର୍ସ

ଟୋକିଓ,୯।୧୨: ସୋମବାର ରାତିରେ ଜାପାନରେ ୭.୫ ତୀବ୍ରତାର ଭୂମିକମ୍ପ ହେବା ପରେ ଲୋକମାନେ ଏବେ ବି ଭୟଭୀତ ଅଛନ୍ତି। ଭୂମିକମ୍ପ ପରେ ଜାପାନର ଉପକୂଳବର୍ତ୍ତୀ ଅଞ୍ଚଳରେ...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କଲେ ଶାହିଦ ଆଫ୍ରିଦି, ରୋହିତ ଏବଂ ବିରାଟଙ୍କ ବିଷୟରେ କହିଲେ ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ନୂଆଦିଲ୍ଲୀ,୯।୧୨: ପୂର୍ବତନ ପାକିସ୍ତାନୀ ଅଧିନାୟକ ଶାହିଦ ଆଫ୍ରିଦି ପୁଣି ଥରେ ଭାରତୀୟ କ୍ରିକେଟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଏଥର ସେ ଟିମ ଇଣ୍ଡିଆର...

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ,୯।୧୨: ପାକିସ୍ତାନ ପ୍ରତିରକ୍ଷା ବାହିନୀର ମୁଖ୍ୟ (CDF), ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର କହିଛନ୍ତି ଯେ ପାକିସ୍ତାନ ଏକ ଶାନ୍ତିପ୍ରିୟ ଦେଶ ଏବଂ କାହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri