ଶାଗୁଣା ଘାଇ ନଦୀପଠାର ଫାଟ ବୃଦ୍ଧି ପାଉଛି

ଡେରାବିଶ, ୧୧ା୧୨(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବିରୂପା ନଦୀର ତ୍ରିପୁରାରିପୁର (ଘଣ୍ଟପଦା)ଠାରେ ଥିବା ଶାଗୁଣା ଘାଇ ନିକଟରେ ଗତ ୩ ତାରିଖରେ ନଦୀପଠାରେ ୧୦୦ ଫୁଟ ଲମ୍ବ, ୧୫ ଫୁଟ ଗଭୀରର ଏକ ଫାଟ ସୃଷ୍ଟି ହୋଇଥିଲା। ଖବରପାଇ କେନ୍ଦ୍ରାପଡ଼ା ଜଳସମ୍ପଦ ବିଭାଗର କର୍ତ୍ତୃପକ୍ଷ ଘଟଣାସ୍ଥଳକୁ ଯାଇ ତଦାରଖ କରିଥିଲେ। ଗତ ୪ ତାରିଖଠାରୁ ଏହି ଫାଟ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଥିଲା। ୫ ତାରିଖରେ ଘଟଣାସ୍ଥଳକୁ ଜଳସମ୍ପଦ ବିଭାଗ ମୁଖ୍ୟଯନ୍ତ୍ରୀ ରୋହିତ କୁମାର ସେଠୀ, ଅଧୀକ୍ଷଣ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ କୁମାର ରାୟ ଘଟଣାସ୍ଥଳକୁ ଯାଇ ତଦାରଖ କରିବା ସହ ନଦୀପଠାର ଫାଟ ବନ୍ଦ କରିବା ପାଇଁ ତୁରନ୍ତ ଏଷ୍ଟିମେଟ୍‌ କରି ବିଭାଗୀୟ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ମୁଖ୍ୟଯନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏବେ ମଧ୍ୟ ନଦୀପଠାରେ ଫାଟ ବୃଦ୍ଧି ପାଇବାରେ ଲାଗିଛି। ରବିବାର ଅପରାହ୍ନରେ ଏହି ଫାଟର ଲମ୍ବ ୨୦୦ ଫୁଟରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ୩୦ ଫୁଟ ଓସାର ଓ ୨୫ ଫୁଟର ଗଭୀର ହୋଇ ପଠାରୁ ଅତଡ଼ା ଖସିବାରେ ଲାଗିଥିବା ଘଣ୍ଟପଦା ଗ୍ରାମର ପ୍ରଫୁଲ୍ଲ କୁମାର ସିଂ କହିଛନ୍ତି। ଏହି ଫାଟ ନଦୀବନ୍ଧଠାରୁ ୫୦ ଫୁଟ ଦୂରରେ ରହିଛି। ଫାଟଟି କ୍ରମଶଃ ବନ୍ଧର ନିକଟତର ହେଉଥିବା ବେଳେ ସାଧାରଣରେ ଆତଙ୍କ ଖେଳିଯାଇଛି। ରବିବାର ଡେରାବିଶ ବ୍ଲକ ଉପାଧ୍ୟକ୍ଷ ଦେବାଶିଷ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଏହି ଫାଟସ୍ଥଳ ପରିଦର୍ଶନ କରି ଜିଲା ପ୍ରଶାସନ ସହ ଆଲୋଚନା କରିଛନ୍ତି। ଫାଟ ବୃଦ୍ଧି ସମ୍ପର୍କରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାୟଙ୍କୁ ପଚାରିବାରେ ନଦୀରେ ଫାଟ ସୃଷ୍ଟି ହେଉଥିବା ସ୍ଥାନରେ ୧୧ଟି ସ୍ପର୍‌ ନିର୍ମାଣ କରାଯାଇଛି। ଅଧିକ ସ୍ପର୍‌ ନିର୍ମାଣ ପାଇଁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏଷ୍ଟିମେଟ୍‌ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri