Posted inଖେଳ

କରୋନା ଲାଗି କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ୍‌ ଅଫିସ ୭ ଦିନ ବନ୍ଦ

କୋଲକାତା, ୫।୭- ସ୍ଥାନୀୟ ଐତିହାସିକ ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡର ଜଣେ ଅସ୍ଥାୟୀ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) କାର୍ଯ୍ୟାଳୟକୁ ରବିବାରଠାରୁ ୭ ଦିନ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସିଏବିର ଅଧ୍ୟକ୍ଷ ଅଭିଷେକ ଡାଲମିୟା କହିଛନ୍ତି, ‘ସିଭିଲ୍‌ ଇଞ୍ଜିନିୟରିଂ ବିଭାଗରେ ଅସ୍ଥାୟୀ ଭାବେ କାମ କରୁଥିବା ଚନ୍ଦନ ଦାସ ନାମକ ଜଣେ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଶ୍ୱସ୍ତିକର ଖବର ଯେ ସେ ଏକ ସପ୍ତାହ ହେବ ସିଏବି କାର୍ଯ୍ୟାଳୟ ଆସି ନ ଥିଲେ। କିନ୍ତୁ ଡାକ୍ତରଙ୍କ ପରାମର୍ଶକ୍ରମେ ଆଗାମୀ ୭ ଦିନ ସିଏବି କାର୍ଯ୍ୟାଳୟ ନ ଆସିବା ଲାଗି ଆମେ ସମସ୍ତଙ୍କୁ କହିଛୁ। ଏହି ସମୟ ମଧ୍ୟରେ ସିଏବି କାର୍ଯ୍ୟାଳୟକୁ ସାନିଟାଇଜର କରାଯିବ।’


Enter your email to get our daily news in your inbox.

All Right Reserved By Dharitri.Com

ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡରୁ ମୋଦିଙ୍କ ବଡ଼ ଘୋଷଣା, ଏଠାରେ ଖେଳାଯିବ ବିଗ୍ ବାଶ ଲିଗ୍

ନୂଆଦିଲ୍ଲୀ,୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଷ୍ଟ୍ରେଲିଆ ଗସ୍ତ ସମୟରେ ପ୍ରତିଷ୍ଠିତ ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ (MCG) ପରିଦର୍ଶନ କରିଥିଲେ। ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡା କୂଟନୀତିକୁ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri