୬ ଦିନ ମଧ୍ୟରେ ଜିରୋରୁ ହିରୋ ହେଲେ ଏହି କ୍ରିକେଟର୍‌

ପୁଣେ,୧୫।୪: ଆଇପିଏଲ ୨୦୨୨ ଆଇପିଏଲ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟର୍‌ ଓଡିଆନ ସ୍ମିଥଙ୍କୁ ବହୁ ଉତ୍‌ଥାନ-ପତନ ଦେଇ ଗତି କରିବାକୁ ପଡିଛି। ଚଳିତବର୍ଷ ସେ ପଞ୍ଜାବ ପକ୍ଷରୁ ଖେଳୁଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଅନ୍ତିମ ୨ଟି ବଲରେ ୨ଟି ଛକା ଖାଇବା ପରେ ସ୍ମିଥଙ୍କ ଉପରେ ଅଙ୍ଗୁଳି ଉଠାଯାଇଥିଲା। କିନ୍ତୁ ଟୁର୍ନାମେଣ୍ଟର ଅନ୍ୟ ଏକ ଗୋଟିଏ ମ୍ୟାଚରେ ସେ ପୁଣି ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୨୦ ତମ ଓଭର ବୋଲିଂ କରିବାକୁ ଆସିଥିଲେ। ଏଥର ସେ ଚମତ୍କାର ବୋଲିଂ କରି ୩ଟି ଉଇକେଟ ନେଇଥିଲେ। ଏହି ଦୁଇଟି ମ୍ୟାଚ ୬ ଦିନର ପାର୍ଥକ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି କାରଣରୁ ପଞ୍ଜାବ କିଙ୍ଗ୍ସର ଦଳ ଏହି ମ୍ୟାଚକୁ ୧୨ ରନରେ ଜିତିବାରେ ସକ୍ଷମ ହୋଇଥିଲା। ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ପଞ୍ଜାବ ୫ ଉଇକେଟ ହରାଇ ୧୯୮ ରନ କରିଥିଲା। ଏହାର ଜବାବରେ ମୁମ୍ବାଇର ଦଳ ୯ ଉଇକେଟ୍‌ ହରାଇ ୧୮୬ ରନ ସ୍କୋର କରିପାରିଥିଲା। ୫ଟି ମ୍ୟାଚରେ ଏହା ପଞ୍ଜାବର ତୃତୀୟ ବିଜୟ। ଦଳ ଟେବୁଲରେ ତୃତୀୟ ସ୍ଥାନ ଅଧିକାର କରିଛି।
ଶେଷ ଓଭରରେ ମୁମ୍ବାଇ ଇଣ୍ଡିଆନ୍ସକୁ ୨୨ ରନ ସ୍କୋର କରିବାକୁଥିବାବେଳେ ହାତରେ ୪ଟି ଉଇକେଟ ବାକି ଥିଲା। ଜୟଦେବ ଉନାଦକତ ପ୍ରଥମ ବଲରେ ମିଡୱିକେଟରେ ଛକା ମାରିଥିଲେ। ଏହା ପରେ ସ୍ମିଥ ଟିକିଏ ଚାପରେ ନଜର ଆସିଥିଲେ। ଦ୍ୱିତୀୟ ବଲରୁ ୨ ରନ ହୋଇଥିଲା। ତୃତୀୟ ବଲରେ ସେ ଉନାଦକତଙ୍କୁ ଆଉଟ୍‌ କରିଥିଲେ। ଓଡେନ ସ୍ମିଥ ଚତୁର୍ଥ ବଲରେ ଜଶପ୍ରୀତ ବୁମ୍‌ରା ଏବଂ ଶେଷ ବଲରେ ଟାଇମାଲ ମିଲ୍ସଙ୍କୁ ଆଉଟ୍‌ କରିଥିଲେ। ସ୍ମିଥ୍‌ ୩ ଓଭରରେ ୩୦ ରନ ଦେଇ ୪ଟି ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri