Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ବିରଳ ରେକର୍ଡର ଅଧିକାରୀ ହେଲେ ଏହି କ୍ରିକେଟର୍‌

ବ୍ରିସବେନ,୧୫।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନ୍‌ରରେ ଶେଷ ଟେଷ୍ଟ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅନେକ ଖେଲାଳି ଆହତ ଥିବାରୁ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଛି। ଆହତ କାରଣରୁ ଟିମ ଇଣ୍ଡିଆର ଦୁଇ ଅଭିଜ୍ଞ ବୋଲର ଯଶପ୍ରୀତ ବୁମ୍‌ରା ଓ ରବିଚନ୍ଦ୍ରନ ଅଶ୍ୱିନ ୪ର୍ଥ ଟେଷ୍ଟ ଖେଳୁନାହାନ୍ତି। ବୁମ୍‌ରାଙ୍କ ବଦଳରେ ଟି ନଟରାଜନ ଟେଷ୍ଟରେ ଡେବ୍ୟୁ କରିଛନ୍ତି।ସେହିପରି ଅଶ୍ୱିନଙ୍କ ବଦଳରେ ୱାଶିଂଟନ ସୁନ୍ଦର ମଧ୍ୟ ତାଙ୍କ ଟେଷ୍ଟ କ୍ୟାରିୟରର ପ୍ରଥମ ମ୍ୟାଚ ଖେଳୁଛନ୍ତି। ଟି ନଟରାଜନ ଆଜି ଟେଷ୍ଟରେ ଡେବ୍ୟୁ କରିବା କ୍ଷଣି ତାଙ୍କ ନାଁରେ ନୂଆ ରେକର୍ଡ ଯୋଡି ହୋଇଯାଇଛି। ସେ ପ୍ରଥମ ଭାରତୀୟ ଖେଳାଳି ଭାବେ ଗୋଟିଏ ଗସ୍ତ ବେଳେ ଟେଷ୍ଟ, ଦିନିକିଆ ଓ ଟି-୨୦ରେ ଡେବ୍ୟୁ କରିବାର ବିରଳ ରେକର୍ଡ ସୃଷ୍ଟି କରିଛନ୍ତି। ସେହିପରି ଓଭର ଅଲ ୧୭ତମ ଖେଳାଳି ଭାବେ ନଟରାଜନ ଏହି କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରଜ୍‌ ଶେଷ ମ୍ୟାଚ୍‌ରେ ନଟରାଜନଙ୍କୁ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ସେହିପରି ଟି-୨୦ ସ୍କ୍ବାଡରେ ନଟରାଜନ ଆଦୌ ନଥିଲେ। ହେଲେ ସ୍ପିନର ବରୁଣ ଚକ୍ରବର୍ତ୍ତୀ ଆହତ ହେବାରୁ ତାଙ୍କୁ ବଦଳ ଖେଳାଳି ଭାବେ ଅଷ୍ଟ୍ରେଲିଆ ପଠା ଯାଇଥିଲା। ନଟରାଜନ ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ରେ ଜବରଦସ୍ତ ବୋଲିଂ କରି ସମସ୍ତଙ୍କୁ ଚକିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri