Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ବିରଳ ରେକର୍ଡର ଅଧିକାରୀ ହେଲେ ଏହି କ୍ରିକେଟର୍‌

ବ୍ରିସବେନ,୧୫।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବ୍ରିସବେନ୍‌ରରେ ଶେଷ ଟେଷ୍ଟ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଅନେକ ଖେଲାଳି ଆହତ ଥିବାରୁ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଛି। ଆହତ କାରଣରୁ ଟିମ ଇଣ୍ଡିଆର ଦୁଇ ଅଭିଜ୍ଞ ବୋଲର ଯଶପ୍ରୀତ ବୁମ୍‌ରା ଓ ରବିଚନ୍ଦ୍ରନ ଅଶ୍ୱିନ ୪ର୍ଥ ଟେଷ୍ଟ ଖେଳୁନାହାନ୍ତି। ବୁମ୍‌ରାଙ୍କ ବଦଳରେ ଟି ନଟରାଜନ ଟେଷ୍ଟରେ ଡେବ୍ୟୁ କରିଛନ୍ତି।ସେହିପରି ଅଶ୍ୱିନଙ୍କ ବଦଳରେ ୱାଶିଂଟନ ସୁନ୍ଦର ମଧ୍ୟ ତାଙ୍କ ଟେଷ୍ଟ କ୍ୟାରିୟରର ପ୍ରଥମ ମ୍ୟାଚ ଖେଳୁଛନ୍ତି। ଟି ନଟରାଜନ ଆଜି ଟେଷ୍ଟରେ ଡେବ୍ୟୁ କରିବା କ୍ଷଣି ତାଙ୍କ ନାଁରେ ନୂଆ ରେକର୍ଡ ଯୋଡି ହୋଇଯାଇଛି। ସେ ପ୍ରଥମ ଭାରତୀୟ ଖେଳାଳି ଭାବେ ଗୋଟିଏ ଗସ୍ତ ବେଳେ ଟେଷ୍ଟ, ଦିନିକିଆ ଓ ଟି-୨୦ରେ ଡେବ୍ୟୁ କରିବାର ବିରଳ ରେକର୍ଡ ସୃଷ୍ଟି କରିଛନ୍ତି। ସେହିପରି ଓଭର ଅଲ ୧୭ତମ ଖେଳାଳି ଭାବେ ନଟରାଜନ ଏହି କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରଜ୍‌ ଶେଷ ମ୍ୟାଚ୍‌ରେ ନଟରାଜନଙ୍କୁ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ସେହିପରି ଟି-୨୦ ସ୍କ୍ବାଡରେ ନଟରାଜନ ଆଦୌ ନଥିଲେ। ହେଲେ ସ୍ପିନର ବରୁଣ ଚକ୍ରବର୍ତ୍ତୀ ଆହତ ହେବାରୁ ତାଙ୍କୁ ବଦଳ ଖେଳାଳି ଭାବେ ଅଷ୍ଟ୍ରେଲିଆ ପଠା ଯାଇଥିଲା। ନଟରାଜନ ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ରେ ଜବରଦସ୍ତ ବୋଲିଂ କରି ସମସ୍ତଙ୍କୁ ଚକିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri