Posted inଖେଳ

ଶତକ ହାସଲ ପରେ କାନ୍ଦିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୩।୨: ବିଜୟ ହଜାରେ ଟ୍ରଫିରେ କୃନାଲ ପାଣ୍ଡ୍ୟା ଚମତ୍କାର ଶତକ ଅର୍ଜନ କରିଛନ୍ତି। ତ୍ରିପୁରା ବିପକ୍ଷରେ ସେ ୯୭ଟି ବଲ୍‌ରୁ ୧୨୭ ରନ୍‌ ସ୍କୋର କରିଥିଲେ। ତାଲିକା-ଏ ମ୍ୟାଚରେ ଏହା ତାଙ୍କର ପ୍ରଥମ ଶତକ ଥିଲା। ୨୯ ବର୍ଷୀୟ କ୍ରୁନାଲ ଏହି ଇନିଂସକୁ ନେଇ ଭାବପ୍ରବଣ ହୋଇପଡିଛନ୍ତି। ସେ ମଙ୍ଗଳବାର ନିଜ ଟୁଇଟର ଆକାଉଣ୍ଟରେ ଗୋଟିଏ ପରେ ଗୋଟିଏ ଟୁଇଟ କରି ତାଙ୍କ ପିତା ହିମାଂଶୁ ପାଣ୍ଡ୍ୟାଙ୍କୁ ମନେ ପକାଇଛନ୍ତି।
କ୍ରୁନାଲ ଲେଖିଛନ୍ତି ଯେ ଏହା, ପ୍ରଥମ ଥର ମୁଁ ଏକ ଶତକ ମାରିଲି କିନ୍ତୁ ବାପା ଏହି ମ୍ୟାଚ ଦେଖିବା ପାଇଁ ମୋ ସହିତ ଉପସ୍ଥିତ ନ ଥିଲେ। ସେ ଆଉ ଏହି ଦୁନିଆରେ ନାହାଁନ୍ତି। ଏହା ଜାଣି ମୋର ହୃଦୟରେ କୋହ ସୃଷ୍ଟି ହୋଇଛି। ତାଙ୍କା ଚେହେରାରେ ସବୁବେଳେ ଖୁସି ଥିଲା। ଯଦି ସେ ମୋର ଇନିଂସ ଆଜି ଦେଖୁଥାନ୍ତେ, ତେବେ ସେ ମୋର ପ୍ରତ୍ୟେକ ରନ୍‌ରେ ଖୁସି ହୋଇଥାନ୍ତେ। ସେ ଆହୁରି ମଧ୍ୟ ଲେଖିଛନ୍ତି ଯେ ମୋ ମା’ ପ୍ରଥମ ଥର ପାଇଁ ମୋ ମ୍ୟାଚ ଦେଖିବାକୁ ଷ୍ଟାଡିୟମ ଆସିଥିଲେ ଏବଂ ମୁଁ ଶତକ ମାରିଥିଲି। ଶତକ ସ୍କୋର କରିବା ପରେ ମୁଁ ଭାବପ୍ରବଣ ହୋଇଗଲି। ମୁଁ ଏହି ଶତକକୁ ମୋ ବାପାଙ୍କୁ ଉତ୍ସର୍ଗ କରୁଛି। ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି -୨୦ ସିରିଜରେ ଯଦିଓ କ୍ରୁନାଲ ପାଣ୍ଡ୍ୟାଙ୍କୁ ସୁଯୋଗ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri