Posted inଖେଳ

ଶତକ ହାସଲ ପରେ କାନ୍ଦିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୩।୨: ବିଜୟ ହଜାରେ ଟ୍ରଫିରେ କୃନାଲ ପାଣ୍ଡ୍ୟା ଚମତ୍କାର ଶତକ ଅର୍ଜନ କରିଛନ୍ତି। ତ୍ରିପୁରା ବିପକ୍ଷରେ ସେ ୯୭ଟି ବଲ୍‌ରୁ ୧୨୭ ରନ୍‌ ସ୍କୋର କରିଥିଲେ। ତାଲିକା-ଏ ମ୍ୟାଚରେ ଏହା ତାଙ୍କର ପ୍ରଥମ ଶତକ ଥିଲା। ୨୯ ବର୍ଷୀୟ କ୍ରୁନାଲ ଏହି ଇନିଂସକୁ ନେଇ ଭାବପ୍ରବଣ ହୋଇପଡିଛନ୍ତି। ସେ ମଙ୍ଗଳବାର ନିଜ ଟୁଇଟର ଆକାଉଣ୍ଟରେ ଗୋଟିଏ ପରେ ଗୋଟିଏ ଟୁଇଟ କରି ତାଙ୍କ ପିତା ହିମାଂଶୁ ପାଣ୍ଡ୍ୟାଙ୍କୁ ମନେ ପକାଇଛନ୍ତି।
କ୍ରୁନାଲ ଲେଖିଛନ୍ତି ଯେ ଏହା, ପ୍ରଥମ ଥର ମୁଁ ଏକ ଶତକ ମାରିଲି କିନ୍ତୁ ବାପା ଏହି ମ୍ୟାଚ ଦେଖିବା ପାଇଁ ମୋ ସହିତ ଉପସ୍ଥିତ ନ ଥିଲେ। ସେ ଆଉ ଏହି ଦୁନିଆରେ ନାହାଁନ୍ତି। ଏହା ଜାଣି ମୋର ହୃଦୟରେ କୋହ ସୃଷ୍ଟି ହୋଇଛି। ତାଙ୍କା ଚେହେରାରେ ସବୁବେଳେ ଖୁସି ଥିଲା। ଯଦି ସେ ମୋର ଇନିଂସ ଆଜି ଦେଖୁଥାନ୍ତେ, ତେବେ ସେ ମୋର ପ୍ରତ୍ୟେକ ରନ୍‌ରେ ଖୁସି ହୋଇଥାନ୍ତେ। ସେ ଆହୁରି ମଧ୍ୟ ଲେଖିଛନ୍ତି ଯେ ମୋ ମା’ ପ୍ରଥମ ଥର ପାଇଁ ମୋ ମ୍ୟାଚ ଦେଖିବାକୁ ଷ୍ଟାଡିୟମ ଆସିଥିଲେ ଏବଂ ମୁଁ ଶତକ ମାରିଥିଲି। ଶତକ ସ୍କୋର କରିବା ପରେ ମୁଁ ଭାବପ୍ରବଣ ହୋଇଗଲି। ମୁଁ ଏହି ଶତକକୁ ମୋ ବାପାଙ୍କୁ ଉତ୍ସର୍ଗ କରୁଛି। ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି -୨୦ ସିରିଜରେ ଯଦିଓ କ୍ରୁନାଲ ପାଣ୍ଡ୍ୟାଙ୍କୁ ସୁଯୋଗ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?