Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌

ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡର ସ୍ପିନର ଏଜାଜ ପଟେଲ ଭାରତ ବିପକ୍ଷ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଇତିହାସ ସୃଷ୍ଟି କରିଛନ୍ତି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଏହି ଟେଷ୍ଟ ମ୍ୟାଚରେ ସେ ଚମତ୍କାର ବୋଲିଂ କରିଥିଲେ। ପ୍ରଥମ ଇନିଂସରେ ଏଜାଜ ସମସ୍ତ ୧୦ ଉଇକେଟ ନେଇଥିଲେ। ଏହା ପରେ ସେ ଦ୍ୱିତୀୟ ଇନିଂସରେ ୪ଟି ଉଇକେଟ ନେଇଥିଲେ। ଏହିପରି ଭାବରେ ସେ ମ୍ୟାଚରେ ତାଙ୍କ ନାମରେ ୧୪ଟି ଉଇକେଟ ନେଇଥିଲେ।
ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଶ୍ରେଷ୍ଠ ବୋଲିଂ ଫିଗର ପାଇଁ ଏଜାଜ ପଟେଲ ରେକର୍ଡ କରିଛନ୍ତି। ସେ ମୁମ୍ବାଇରେ ଏହି ମ୍ୟାଚରେ ୨୨୫ ରନ ଦେଇ ୧୪ ଉଇକେଟ ନେଇଥିଲେ। ଏହାପୂର୍ବରୁ ଏହି ରେକର୍ଡ ଇଂଲଣ୍ଡର ଇଆନ ବୋଥାମଙ୍କ ନାମରେ ରେକର୍ଡ କରାଯାଇଥିଲା। ୧୯୮୦ ମସିହାରେ ଭାରତ ବିପକ୍ଷରେ ୧୦୬ ରନ ଦେଇ ବୋଥମ ୧୩ଟି ଉଇକେଟ ନେଇଥିବାବେଳେ ୨୦୧୬ ମସିହାରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ୧୨ଟି ଉଇକେଟ ନେଇଥିଲେ।
ଭାରତ ବିପକ୍ଷ ଟେଷ୍ଟରେ ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ ରେକର୍ଡ ବର୍ତ୍ତମାନ ଏଜାଜଙ୍କ ନିକଟକୁ ଯାଇଛି। ୧୯୮୦ ମସିହାରେ ମୁମ୍ବାଇରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ୧୩ଟି ଉଇକେଟ ନେଇଥିବା ବୋମାମଙ୍କ ରେକର୍ଡ ଭାଙ୍ଗିଛନ୍ତି। କେବଳ ଏତିକି ନୁହେଁ, ଟେଷ୍ଟ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରିଥିବା ନ୍ୟୁଜିଲାଣ୍ଡର ଦ୍ୱିତୀୟ ସଫଳ ବୋଲର ଏଜାଜ ପଟେଲ ହୋଇଛନ୍ତି। ତାଙ୍କ ଉପରେ ରିଚାର୍ଡ ହାର୍ଡଲିଙ୍କ ନାମ ଅଛି, ଯିଏ ୧୯୮୫ରେ ଅଷ୍ଟ୍ରେଲିଆ ବିପକ୍ଷରେ ୧୨୩ ରନ ଦେଇ ୧୫ ଉଇକେଟ ନେଇଥିଲେ। ଏଥି ସହିତ ଡାନିଏଲ ଭିଟୋରୀ ଦୁଇଥର ଗୋଟିଏ ମ୍ୟାଚରେ ୧୨-୧୨ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri