Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌

ମୁମ୍ବାଇ,୫।୧୨: ନ୍ୟୁଜିଲାଣ୍ଡର ସ୍ପିନର ଏଜାଜ ପଟେଲ ଭାରତ ବିପକ୍ଷ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଇତିହାସ ସୃଷ୍ଟି କରିଛନ୍ତି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଏହି ଟେଷ୍ଟ ମ୍ୟାଚରେ ସେ ଚମତ୍କାର ବୋଲିଂ କରିଥିଲେ। ପ୍ରଥମ ଇନିଂସରେ ଏଜାଜ ସମସ୍ତ ୧୦ ଉଇକେଟ ନେଇଥିଲେ। ଏହା ପରେ ସେ ଦ୍ୱିତୀୟ ଇନିଂସରେ ୪ଟି ଉଇକେଟ ନେଇଥିଲେ। ଏହିପରି ଭାବରେ ସେ ମ୍ୟାଚରେ ତାଙ୍କ ନାମରେ ୧୪ଟି ଉଇକେଟ ନେଇଥିଲେ।
ମୁମ୍ବାଇର ଓ୍ବାଙ୍ଖେଡେ ଷ୍ଟାଡିୟମରେ ଶ୍ରେଷ୍ଠ ବୋଲିଂ ଫିଗର ପାଇଁ ଏଜାଜ ପଟେଲ ରେକର୍ଡ କରିଛନ୍ତି। ସେ ମୁମ୍ବାଇରେ ଏହି ମ୍ୟାଚରେ ୨୨୫ ରନ ଦେଇ ୧୪ ଉଇକେଟ ନେଇଥିଲେ। ଏହାପୂର୍ବରୁ ଏହି ରେକର୍ଡ ଇଂଲଣ୍ଡର ଇଆନ ବୋଥାମଙ୍କ ନାମରେ ରେକର୍ଡ କରାଯାଇଥିଲା। ୧୯୮୦ ମସିହାରେ ଭାରତ ବିପକ୍ଷରେ ୧୦୬ ରନ ଦେଇ ବୋଥମ ୧୩ଟି ଉଇକେଟ ନେଇଥିବାବେଳେ ୨୦୧୬ ମସିହାରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ୧୨ଟି ଉଇକେଟ ନେଇଥିଲେ।
ଭାରତ ବିପକ୍ଷ ଟେଷ୍ଟରେ ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ ରେକର୍ଡ ବର୍ତ୍ତମାନ ଏଜାଜଙ୍କ ନିକଟକୁ ଯାଇଛି। ୧୯୮୦ ମସିହାରେ ମୁମ୍ବାଇରେ ଖେଳାଯାଇଥିବା ଟେଷ୍ଟ ମ୍ୟାଚରେ ୧୩ଟି ଉଇକେଟ ନେଇଥିବା ବୋମାମଙ୍କ ରେକର୍ଡ ଭାଙ୍ଗିଛନ୍ତି। କେବଳ ଏତିକି ନୁହେଁ, ଟେଷ୍ଟ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରିଥିବା ନ୍ୟୁଜିଲାଣ୍ଡର ଦ୍ୱିତୀୟ ସଫଳ ବୋଲର ଏଜାଜ ପଟେଲ ହୋଇଛନ୍ତି। ତାଙ୍କ ଉପରେ ରିଚାର୍ଡ ହାର୍ଡଲିଙ୍କ ନାମ ଅଛି, ଯିଏ ୧୯୮୫ରେ ଅଷ୍ଟ୍ରେଲିଆ ବିପକ୍ଷରେ ୧୨୩ ରନ ଦେଇ ୧୫ ଉଇକେଟ ନେଇଥିଲେ। ଏଥି ସହିତ ଡାନିଏଲ ଭିଟୋରୀ ଦୁଇଥର ଗୋଟିଏ ମ୍ୟାଚରେ ୧୨-୧୨ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?